ଜୁନାଗଡ଼ ଠାରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ

0
223
ଜୁନାଗଡ଼ ଠାରେ

ରିପୋର୍ଟ : ଦେବଦତ୍ତ ପଣ୍ଡା
କଳାହାଣ୍ଡି, ତା(୧୬/୦୮) : ଆଜି ଜୁନାଗଡ଼ ଠାରେ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।WhatsApp Image 2022 08 16 at 9.39.24 PM ଜୁନାଗଡ଼ ଠାରେ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ

ଜୁନାଗଡ଼ ଠାରେ ଅନୁଷ୍ଠିତ ଏହି ଶିବିରରେ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ସୁଶାନ୍ତ କୁମାର ପଟେଲ, ଉପ ଜିଲ୍ଲାପାଳ ଧର୍ମଗଡ ଶ୍ରୀ ସଚିନ ପାୱାର ପ୍ରକାଶ, ସି ଡ଼ି ଏମ୍ ଓ ଡ. ରଞ୍ଜନ ମିତ୍ର, ଧର୍ମଗଡ ଏସ.ଡି.ପି.ଓ. ଶ୍ରୀ ଫିରୋଜ ଚୋପଦାର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ, ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସବିତା ମେହେର, ବି.ଡି.ଓ. ଶ୍ରୀ ଦୁଲାରାମ ମାରାଣ୍ଡି ଓ ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

ଏହି ଜନ ଶୁଣାଣି ଶିବିରରେ ମୋଟ ୧୬୩ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥି ମଧ୍ୟରୁ ୧୪୮ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୫ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୧୨ ଟି ଅଭିଯୋଗ ର ସମାଧାନ ତତକ୍ଷଣାତ୍ କରାଯାଇଥିଲା ।