ଆସୁଛି ଆଉ ଏକ ଲଘୁଚାପ : ଜନ୍ମାଷ୍ଟମୀରେ ପ୍ରବଳ ଛେଚିବ !

0
158
ଆସୁଛି ଆଉ ଏକ

ରିପୋର୍ଟ : ରାମନାଥ ଗନ୍ତାୟତ
ଭୁବନେଶ୍ୱର, (୧୭/୦୮) : ଅଗଷ୍ଟ ୧୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଆସୁଛି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୮ ତାରିଖ ଅର୍ଥାତ ଜନ୍ମାଷ୍ଟମୀରୁ ବର୍ଷା ବଢିବ ।

୧୯ ଓ ୨୦ ତାରିଖରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆସୁଛି ଆଉ ଏକ ଲଘୁଚାପ । ଗୁରୁବାର ସକାଳ ସାଢ଼େ ୮ ଟାରୁ ୧୯ ତାରିଖ ସକାଳ ସାଢ଼େ ୮ ଟା ପର୍ଯ୍ୟନ୍ତ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ ରୁ ୧୧ ସିଏମ୍‌ ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୯ ତାରିଖ ସକାଳ ସାଢ଼େ ୮ ଟାରୁ ୨୦ ତାରିଖ ସକାଳ ସାଢ଼େ ୮ ଟା ପର୍ଯ୍ୟନ୍ତ ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଯାଜପୁର, ଭଦ୍ରକ, କେନ୍ଦୁଝର, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ଏହି ସବୁ ଜିଲ୍ଲାରେ ୭ ରୁ ୧୧ ସିଏମ୍‌ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଠିକ୍‌ ସେହିପରି ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି । ଏହି ସବୁ ଜିଲ୍ଲାରେ ୧୨ ରୁ ୨୦ ସିଏମ୍‌ ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୨୦ ତାରିଖ ସକାଳ ସାଢ଼େ ୮ ଟାରୁ ୨୧ ତାରିଖ ସକାଳ ସାଢ଼େ ୮ ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ ରୁ ୧୧ ସିଏମ୍‌ ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି ସବୁ ଜିଲ୍ଲାରେ ୧୨ ରୁ ୨୦ ସିଏମ୍‌ ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।