ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରେ ସଦଭାବନା ଦିବସ ପାଳିତ

0
213
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡ଼ା, ତା. (୨୦/୦୮) : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଚିନ୍ତନ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ଧର୍ମାନନ୍ଦ ବେହେରାଙ୍କ ଅଧ୍ୟକ୍ଷତାରେ ସଦଭାବନା ଦିବସ ପାଳନ କରାଯାଇଥିଲା ।

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିରକ୍ତ ଜିଲ୍ଲାପାଳ ଶ୍ରୀ ବେହେରା ଏହି ଦିବସ ର ଉଦ୍ଦେଶ୍ୟ ସମ୍ପର୍କରେ ବୁଝାଇବା ସହ ଶପଥ ପାଠ କରାଇଥିଲେ । ଅତିରକ୍ତ ଜିଲ୍ଲାପାଳ ଶ୍ରୀ ବେହେରା ଜାତି, ସମ୍ପ୍ରଦାୟ, କ୍ଷେତ୍ର, ଧର୍ମ ଅଥବା ଭାଷା ଭିତ୍ତିକ ଭେଦଭାବ, ହିଂସା ର ସାହଯ୍ୟ ବିନା ସବୁ ପ୍ରକାର ମତଭେଦ କଥାବାର୍ତ୍ତା ଏବଂ ସାମ୍ବିଧାନିକ ବ୍ୟବସ୍ଥା ମାଧ୍ୟମରେ ସମାଧାନ କରିବା ପାଇଁ ଭାରତ ବାସୀଙ୍କ ଭାବନାତ୍ମକ ଏକତା ଏବଂ ସଦଭାବନା ନିମନ୍ତେ କାର୍ଯ୍ୟ କରିବା ପାଇଁ ଉପସ୍ଥିତ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କୁ ଶପଥ ପାଠ କରାଇଥିଲେ ।

ଏହି ଶପଥ ପାଠ କାର୍ଯ୍ୟକ୍ରମରେ ଡେପୁଟି ନାରାୟଣ ମିଶ୍ର, ଜିଲ୍ଲା ସମାଜ ମଙ୍ଗଳ ଅଧିକରିଣୀ ଯାଜ୍ଞସେନୀ ବେହେରା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଜିଲ୍ଲା ସଂସ୍କୃତି ଅଧିକରିଣୀ ସସ୍ମିତା ବାଉରୀ, ଜିଲ୍ଲା ସମାଜ କଲ୍ୟାଣ ବିଭାଗ ର ପ୍ରଗ୍ରାମ ଅଧିକାରୀ କାମାକ୍ଷୀ ପାଢ଼ୀ, ଅନ୍ୟାନ୍ୟ ଅନୁବିଭାଗୀୟ ଅଧିକାରୀ, ସେକ୍ସନ ଅଫିସର ଓ ଆନ୍ୟାନ୍ୟ କର୍ମଚାରୀ ମାନେ ଉପସ୍ଥିତ ରହି ଶପଥ ପାଠ କରିଥିଲେ । ବିଭିନ୍ନ ବିଭାଗରେ, ଉପଖଣ୍ଡ ସ୍ତରରେ ଓ ବ୍ଲକ ସ୍ତରରେ ମଧ୍ୟ ପାଳନ କରାଯାଇଥିଲା ।