Thursday, March 28, 2024

Top 5 This Week

Related Posts

ଲାଞ୍ଜିଗଡ଼ ଠାରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

ରିପୋର୍ଟ : ଦେବଦତ୍ତ ପଣ୍ଡା
କଳାହାଣ୍ଡି, ତା (୨୨/୦୮) : ଆଜି ଲାଞ୍ଜିଗଡ଼ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।

ଲାଞ୍ଜିଗଡ଼ ଠାରେ ଏହି ଶିବିରରେ ଏଥିରେ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ସୁଶାନ୍ତ କୁମାର ପଟେଲ, ଉପ ଜିଲ୍ଲାପାଳ ଭବାନୀପାଟଣା ଡ. ବିଶ୍ୱଜିତ୍ ଦାସ, ସି ଡ଼ି ଏମ୍ ଓ ଡ ରଞ୍ଜନ ମିତ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ, ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ କମଳା ପାତ୍ର, ବି ଡି ଓ ଶ୍ରୀ ଜିତେନ୍ଦ୍ର ମିଶ୍ର ଓ ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

ଏହି ଜନ ଶୁଣାଣି ଶିବିରରେ ମୋଟ ୪୩୭ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୩୯୫ ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୪୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୧୭ଟି ଅଭିଯୋଗ ର ସମାଧାନ ତତକ୍ଷଣାତ୍ କରାଯାଇଥିଲା । ଅଭିଯୋଗ ମୁଖ୍ୟତଃ ଆବାସ ଗୃହ, ଭତ୍ତା, ରାସ୍ତାଘାଟ ଉପରେ ଥିଲା ।

Popular Articles