ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୦୭୨୫ କରୋନା ପଜିଟିଭ୍

0
192
ଦେଶରେ କମୁଛି

ରିପୋର୍ଟ : ରାମନାଥ ଗନ୍ତାୟତ
ନୂଆଦିଲ୍ଲୀ, (୨୫/୦୮) : ଦେଶରେ କମୁଛି ସଂକ୍ରମଣ । ଦେଶରେ ମାମଲା ସାମୟିକ ବଢିବା ପରେ ପୁଣି କମିବା ଆରମ୍ଭ କରିଛି । ଏବେ କରୋନା ସଂକ୍ରମଣ କମିଛି ।

ଦେଶରେ କମୁଛି ସଂକ୍ରମଣ । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୧୦ ହଜାର ଉପରେ ରହିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୦,୭୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୬ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୯୪,୦୪୭ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୭ ଲକ୍ଷ ୫୭ ହଜାର ୩୮୫ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫,୨୭,୪୮୮ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।