Friday, March 29, 2024

Top 5 This Week

Related Posts

ବୌଦ୍ଧ ଜିଲ୍ଲା ରେ ପାଳିତ ହେଲା ଜାତୀୟ କ୍ରୀଡ଼ା ଦିବସ

ରିପୋର୍ଟ : ସୁଶାନ୍ତ ବେହେରା
ବୌଦ୍ଧ, (୨୯/୦୮) : ଆଜି ବୌଦ୍ଧ ଜିଲ୍ଲା ରେ ଜାତୀୟ କ୍ରୀଡ଼ା ଦିବସ ଅବସରରେ ଏକ ସଚେତନତା ରାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରିଥିଲା ।WhatsApp Image 2022 08 29 at 8.18.08 PM ବୌଦ୍ଧ ଜିଲ୍ଲା ରେ ପାଳିତ ହେଲା ଜାତୀୟ କ୍ରୀଡ଼ା ଦିବସ

ଆଜି ବୌଦ୍ଧ ଜିଲ୍ଲା ରେ ଜିଲ୍ଲାପାଳ ସତ୍ୟ ରଞ୍ଜନ ସାହୁ ସବୁଜ ପତାକା ଦେଖାଇ ଏହି ରାଲିକୁ ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା, ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ, ଜିଲ୍ଲା କ୍ରୀଡ଼ା ସଂଘ ର ସମ୍ପାଦକ ରବିନ୍ଦ୍ର କୁମାର ରାଉତ, ଜିଲ୍ଲା କ୍ରୀଡ଼ା ଅଧିକାରୀ ପବିତ୍ର କୁମାର ରାଉତ, ଆଇପିଇ ଆନନ୍ଦ ବେହେରା ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ମମତା ଦାଶ ପ୍ରମୁଖ ଉପସ୍ଥିତ ଥିଲେ ।

ଏହି ରାଲି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରି କୋର୍ଟ ଛକ ଦେଇ ଷ୍ଟାଡିୟମରେ ପହଞ୍ଚିଥିଲା । ଯୋଗୀନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଏନଏସି ଓ ସ୍କାଉଟ ର ଛାତ୍ରଛାତ୍ରୀ ଏହି ରାଲିରେ ଅଂଶଗ୍ରହଣ କରିଥିଲେ । ଅପରାହ୍ନରେ ଆଇଆରବି ପଡିଆ ଠାରେ ବଲାଶିଙ୍ଗା ୫ମ ଆଇଆରବି ବାଟାଲିୟନ ଓ ବୌଦ୍ଧ ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱପୁର୍ଣ୍ଣ ଫୁଟବଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା । ଏଥିରେ ବୌଦ୍ଧ ଏକାଦଶ ବିଜୟୀ ହୋଇଥିଲା । ଆଇଆରବି କମାଣ୍ଡାଣ୍ଟ୍ ଦୁର୍ବାଶା ନାୟକ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିବା ସହିତ ଉତ୍ସାହିତ କରିଥିଲେ ।

ଏହି ଅବସରରେ ଡେପୁଟି କମାଣ୍ଡାଣ୍ଟ ଗୋପବନ୍ଧୁ ତ୍ରିପାଠୀ ଉପସ୍ଥିତ ଥିଲେ । ପରେ ପରେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର କ୍ରୀଡ଼ା ପୁରସ୍କାର ମହୋତ୍ସବ ଆଭାସି ମାଧ୍ୟମରେ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ଶ୍ରୀଯୁକ୍ତ ସାହୁଙ୍କ ସମେତ ସମସ୍ତ ଅଧିକାରୀ ଉପସ୍ଥିତ ରହି ଖେଳାଳୀମାନଙ୍କୁ ଉତ୍ସାହିତ କରିଥିଲେ ।

Popular Articles