ଜିଲ୍ଲା ସଦର ମହକୁମା ରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

0
191
ଜିଲ୍ଲା ସଦର ମହକୁମା ରେ

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡ଼ା, (୦୫/୦୯) : ଆଜି ରାୟଗଡ଼ା ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦର ମହକୁମା ରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି ।

ଜିଲ୍ଲା ସଦର ମହକୁମା ରେ ଜିଲ୍ଲାପାଳ ଶ୍ରୀମତି ସ୍ୱଧା ଦେବସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା, ଅତିରିକ୍ତ ଜିଲ୍ଲାପାଳ ଧର୍ମାନନ୍ଦ ବେହେରା, ପିଡି, ଡିଆର୍ଡିଏ ରବିନାରାୟଣ ତ୍ରିପାଠୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ାକ୍ତର ଲାଲମୋହନ ରାଉତରାୟ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ, ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ ଦୟାନିଧି ବଗ, ଉଦ୍ୟାନ କୃଷି ଉପନିର୍ଦ୍ଦେଶକ ପତିତପାବନ ସାମନ୍ତରାୟ, ଜିଲ୍ଲା ଯୋଗାଣ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ତହସିଲଦାର ତାପସ କୁମାର ରାଉତ, ଏବିଡ଼ିଓ କାଳୁ ଚରଣ ନାଏକ, ପୌର ନିର୍ବାହୀ ଅଧିକାରୀ ୟାସିର ବିଲଲ ଅହମଦ, ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଅଧିକାରୀ ଧ୍ରୁବଚରଣ ନାୟକ, ଜିଲ୍ଲା କ୍ରୀଡ଼ା ଅଧିକାରୀ, ଶେଖ ଆଲେନୁର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ସସ୍ମିତା ବାଉରୀ ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।

ଆଜି ମୋଟ ୫୧ଟି ଅଭିଯୋଗ ଜିଲ୍ଲାପାଳଙ୍କ ନଜରକୁ ଆସିଥିଲା ସେଥି ମଧ୍ୟରୁ ୪୫ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୪ ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ପାଇଁ ଥିଲା । ଆଜିର ଅଭିଯୋଗ ଶୁଣାଣୀ ଶିବିରରେ ଜଣକୁ ମୁଖ୍ୟମନ୍ତ୍ରୀ ରାହତ କୋଷରୁ ୧୫ ହଜାର ଟଙ୍କା ଏବଂ ଅନ୍ୟ ଜଣକୁ ଜିଲ୍ଲା ରେଡ଼କ୍ରସ ସଂସ୍ଥାରୁ ୫ ହଜାର ଟଙ୍କା ଜିଲ୍ଲାପାଳ ଶ୍ରୀମତୀ ସ୍ଵଧା ଦେବସିଂ ପ୍ରଦାନ କରିଥିଲେ । ଜିଲ୍ଲାପାଳ ଶ୍ରୀମତି ଦେବସିଂ ଉକ୍ତ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।