୯ ତାରିଖରେ ଲଘୁଚାପ : ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

0
120
୯ ତାରିଖରେ ଲଘୁଚାପ

ରିପୋର୍ଟ : ଓଡ଼ିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୭/୦୯) : ୯ ତାରିଖରେ ଲଘୁଚାପ ! ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୪ ଘଣ୍ଟାରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ ।

ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୯ ତାରିଖରେ ଲଘୁଚାପ ହେବ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।

ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସଙ୍କ ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟ ର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଏଥିପାଇଁ ୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଲା ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ । ଏହା ସହ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ୯ ତାରିଖରେ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ । ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ୮ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଓ ମାଲକାନଗିରି । ଏହି ସବୁ ଜିଲ୍ଲାରେ କିଛି ସ୍ଥାନରେ ୭ ସେଣ୍ଟିମିଟରରୁ ୨୦ ସେଣ୍ଟିମଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ୧୦ ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ ।