ଆଜି ମହାପ୍ରଭୁଙ୍କ ବାମନ ଜନ୍ମ ନୀତି

0
119
ଆଜି ମହାପ୍ରଭୁଙ୍କ

ରିପୋର୍ଟ : ଓଡ଼ିଶା ନ୍ୟୁଜ ୨୪ ବ୍ୟୁରୋ //
ପୁରୀ, (୦୭/୦୯) : ଆଜି ଭାଦ୍ରବ ମାସ ଶୁକ୍ଲପକ୍ଷ ଦ୍ୱାଦଶୀ ତିଥି । ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ଏହି ଅବସରରେ ଶ୍ରୀମନ୍ଦିରରେ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଆଜି ମହାପ୍ରଭୁଙ୍କ ବାମନ ଜନ୍ମ ଅବସରରେ ସକାଳୁ ମହାପ୍ରଭୁ ଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଛି । ମଧ୍ୟାହ୍ନ ଧୂପ ବଢିବା ପରେ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି, ପବିତ୍ରା ଲାଗି ଓ ଇନ୍ଦ୍ରଧ୍ୱଜା ପୂଜା ବିଧି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ଅପରାହ୍ନ ୫ଟା ଠାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ବାମନ ଜନ୍ମ ନୀତି ସରିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ଆଜି ପବିତ୍ର ସୁନିଆ ଉତ୍ସବ ଥିବାରୁ ଶ୍ରୀନହର ପ୍ରାଙ୍ଗଣରେ ଥିବା କନକ ଦୁର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ । ଗଜପତିଙ୍କ ଉପସ୍ଥିତିରେ ଶ୍ରୀନହରରେ ଅଙ୍କ କଟା ନିତୀ ସମ୍ପାଦନ କରାଯିବ ।