Friday, March 29, 2024

Top 5 This Week

Related Posts

ଆଗାମୀ ୩୬ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା !

ରିପୋର୍ଟ : ଓଡ଼ିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୯/୦୯) : ଗତକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ସକ୍ରିୟ ରହିଛି । ଆଗାମୀ ୩୬ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଏକ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି lFcIaL3VagAIOIYD ଆଗାମୀ ୩୬ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା !

ଆଗାମୀ ୩୬ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ୧୨ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୧୦ ଓ ୧୧ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି । ପାଣିପାଗ ବିଭାଗ ର ସୂଚନା ଅନୁସାରେ, ଆଜି ୪ ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ୧୦ ତାରିଖରେ ୧୧ ଜିଲ୍ଲା ଓ ୧୧ ତାରିଖରେ ରାଜ୍ୟ ର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହିସବୁ ଜିଲ୍ଲା ଗୁଡ଼ିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

୧୦ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧୧ ତାରିଖରେ ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ଓ କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି ।

Popular Articles