Advertisements
Saturday, July 4, 2020
Home District News ଆଦିବାସୀ ମହାବିଦ୍ୟାଳୟର ୪୧ତମ ସ୍ଵନକ୍ଷତ୍ର ଉତ୍ସବ ପାଳିତ

ଆଦିବାସୀ ମହାବିଦ୍ୟାଳୟର ୪୧ତମ ସ୍ଵନକ୍ଷତ୍ର ଉତ୍ସବ ପାଳିତ

ରିପୋର୍ଟ: ବିଭୁତି ଲହରିଆ
ବାଲିଗୁଡା(୩୦/୦୮): ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟର ୪୧ତମ ସ୍ଵନକ୍ଷତ୍ର ଉତ୍ସବ ମହାବିଦ୍ୟାଳୟ ଅଧ୍ୟକ୍ଷ ଶରତ ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି | ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ଚକ୍ରମଣି କହଁର ଯୋଗ ଦେଇ ଆନୁଷ୍ଠାନିକ ଭାବେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉଦଘାଟନ କରିଥିଲେ |

ସମ୍ମାନିତ ଅତିଥି ଭାବେ ପୂର୍ବତନ ବିଧାୟକ ତଥା ପରିଚାଳନା ସମିତିର ସଭାପତି ରାଜୀବ ପାତ୍ର, ଏନ.ଏ.ସି. ଅଧ୍ୟକ୍ଷା ମମତା ବେହେରା, ଉପାଧ୍ୟକ୍ଷ ଲୋକନାଥ ପାଢ଼ୀ, ଏବଂ ମୁଖ୍ୟ ବକ୍ତା ଭାବେ ବରିଷ୍ଠ ଆଇନଜୀବୀ କୌଶିକ ସାହୁ, ପ୍ରମୁଖ ଯୋଗଦେଇ ବହୁ ବାଧା ବିଘ୍ନ ଦେଇ ଆଜି ଏହି ଆଦିବାସୀ ମହାବିଦ୍ୟାଳୟ ୪୧ବର୍ଷରେ ପଦାର୍ପଣ କରିଛି | ଛାତ୍ର ଛାତ୍ରୀ ତଥା ମହାବିଦ୍ୟାଳୟର ଯାହା କିଛି ଅଭାବ ଅସୁବିଧା ରହିଛି, ତାହା ତୁରନ୍ତ ପୂରଣ କରିବା ପାଇଁ ସରକାରଙ୍କ ନିକଟରେ ଦାବୀ କରିବି ବୋଲି ବିଧାୟକ ଶ୍ରୀ କହଁର ପ୍ରକାଶ କରିଥିଲେ | ପରେ ପରେ ପୁରାତନ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ଏବଂ ଅଧ୍ୟାପକ ଅଧ୍ୟାପିକା ଓ ଅଭିଭାବକ ମାନଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରିବା ଉଦ୍ଦେଶ୍ୟରେ ଏକ ସମ୍ମିଳନୀ ର ଆୟୋଜନ ହୋଇଥିଲା | ଏଥିରେ ଶତାଧିକ ଅଭିଭାବକ ଓ ପୁରାତନ ଛାତ୍ର ଛାତ୍ରୀଯୋଗ ଦେଇ ନିଜ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ | ଶେଷରେ ଅଧ୍ୟାପକ କାର୍ତ୍ତିକ ଚନ୍ଦ୍ର ସାଏ ଧନ୍ୟବାଦ ଅର୍ପଣ କରିଥିଲେ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ସିସି ରାସ୍ତା ଉଦଘାଟନ କଲେ ସାଂସଦ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକାକଲ୍ୟାଣସିଂହପୁର ( ତା ୩/୭): ରାୟଗଡ଼ା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଳକ ର ୩ ଗୋଟି ପଞ୍ଚାୟତ ନାରାୟଣ ପୁର ,ସିଙ୍ଗାରି ଓ...

ଆସଲାମ ଖାନ, ସୋସିଆଲ ମେଡିଆ ସମ୍ପାଦକ ଭାବେ ମନୋନୀତ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୪/୦୭): ଭାରତୀୟ ଜାତୀୟ କଂଗ୍ରେସ ତଥା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସୁପାରିସରେ ଅଭିଷେଖ ମହାନନ୍ଦ ଚେୟାରମ୍ୟାନ(ସୋସିଆଲ ମେଡିଆ ତଥା ଡିଜିଟାଲ...

ନରହନ୍ତା ପିତା , ନିଜ ଔରସରୁ ଜନ୍ମିତ କୋଡିଏ ଦିନର କଅଁଳ ଶିଶୁ ପୁତ୍ରକୁ ତଣ୍ଟିଚିପି ହତ୍ୟା

ରିପୋର୍ଟ: ତ୍ରିନାଥ ଧୂରୁଆ //ଝରୀଗାଁ(୦୪/୦୭) : ନରହନ୍ତା ପିତା , ନିଜ ଔରସରୁ ଜନ୍ମିତ କୋଡିଏ ଦିନର କଅଁଳ ଶିଶୁ ପୁତ୍ରକୁ ତଣ୍ଟିଚିପି ହତ୍ୟା କଲା ବାପା, ହତ୍ୟାପରେ...

ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ

ରିପୋର୍ଟ: ମିନା ବେହେରା //ବନ୍ଧୁଗାଁ (୩:୭:୨୦୨୦): ପେଟ୍ରୋଲ ଓ ଡିଜେଲର ଦର ଦିନକୁ ଦିନ ବୃଦ୍ଧି ପାଉଥିବା ନେଇ ବନ୍ଧୁଗାଁ ବ୍ଲକ କଂଗ୍ରେସ ଦଳ ପକ୍ଷରୁ ଆଜି ପ୍ରତିବାଦ...

Recent Comments

%d bloggers like this: