ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗୁରୁ ଦିବସ ପାଳିତ

ରିପୋର୍ଟ: ବିମଳେନ୍ଦୁ ସାହୁ
ଲୋଇସିଂହା(୦୬/୦୯): ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷାବିତ ଗୌର ନିତାଇ ପତ୍ରିମାଲି ଯୋଗ ଦେଇ ଭାରତୀୟ ସଂସ୍କୃତିରେ ଗୁରୁ ପରମ୍ପରା ଉପରେ ମାର୍ଗଦର୍ଶନ କରିଥିଲେ ।

ଇଭସ୍ମିତା ମିଶ୍ର ଓ ଶୁଭେନ୍ଦୁ ପଟେଲ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ପ୍ରଧାନ ଆଚାର୍ଯ୍ୟ ସନାତନ ମିଶ୍ର ଉଦ୍ଦେଶ୍ୟ ଜ୍ଞାପନ ତଥା ସହ ପ୍ରଧାନ ଆଚାର୍ଯ୍ୟ ବିଭୁତି ଭୂଷଣ ପଣ୍ଡା ପରିଚୟ ପ୍ରଦାନ କରିଥିଲେ । ଏହି ଅବସରରେ ଦଶମ ଶ୍ରେଣୀର ଛାତ୍ର ଛାତ୍ରୀଙ୍କ ଦ୍ୱାରା ବକ୍ତବ୍ୟ ପ୍ରଦାନ କରାଯିବା ସହିତ ଗୁରୁ ପୂଜନ କରାଯାଇଥିଲା । ସେହିପରି ଆଗଲପୁର ସରସ୍ବତୀ ଶିଶୁ ଵିଦ୍ୟା ମନ୍ଦିରରେ ଗୁରୁ ପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପରିଚାଳନା ସମିତି ସଭାପତି ଯୋଗୀନ୍ଦ୍ର ମେହେର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରିଥିଲେ । ପରେ ମୁଖ୍ୟ ଅତିଥି ଶ୍ରୀ ମେହେରଙ୍କୁ ଗୁରୁ ରୂପେ ପୂଜନ କରାଯାଇ ଉପଢୌକନ ପ୍ରଦାନ ପୂର୍ବକ ସମ୍ମାନିତ କରାଯାଇଥିଲା । ଏଥି ସହିତ ପରିଚାଳନା ସମିତି ତରଫରୁ ସମସ୍ତ ଗୁରୁଜୀ ଗୁରୁମା ଙ୍କୁ ଗଣାବେଶ ପ୍ରଦାନ କରାଯାଇ ସମ୍ମାନିତ କରାଯାଇଥିଲା । ପ୍ରଧାନ ଆଚାର୍ଯ୍ୟ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସମ୍ପାଦକ ଚିନ୍ମୟ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ ।

Comments are closed.