Thursday, March 28, 2024

Top 5 This Week

Related Posts

ବୌଦ୍ଧ ଜିଲ୍ଲା ର ବନ୍ୟା ଆଶ୍ରୟ ସ୍ଥଳୀରେ ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ରିପୋର୍ଟ : ସୁଶାନ୍ତ ବେହେରା
ବୌଦ୍ଧ, (୨୬/୯) : ବୌଦ୍ଧ ଜିଲ୍ଲା ର ବନ୍ୟା ଆଶ୍ରୟ ସ୍ଥଳୀ ଠାରେ ଆଜି ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।WhatsApp Image 2022 09 26 at 8.32.21 PM ବୌଦ୍ଧ ଜିଲ୍ଲା ର ବନ୍ୟା ଆଶ୍ରୟ ସ୍ଥଳୀରେ ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବୌଦ୍ଧ ଜିଲ୍ଲା ର ବନ୍ୟା ଆଶ୍ରୟ ସ୍ଥଳୀରେ ନିଶାମୁକ୍ତ ଭାରତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରମୋଦ କୁମାର ପ୍ରଧାନ, ସମ୍ମାନିତ ଅତିଥି ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତକାନ୍ତି ବଳିଆରସିଂହ, ଜିଲ୍ଲା ସଂସ୍କୃତି ଅଧିକାରୀ ଶୁକୃ ସ୍ଵାଇଁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୁଝ।ରୀ ପ୍ରମୁଖ ଉପସ୍ଥିତ ରହି ନିଶାମୁକ୍ତ ଭାରତ ଅଭିଯାନ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ ।

ଏହି ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ର ଛାତ୍ରଛତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ଏଥିରେ ବକୃତା, ପ୍ରବନ୍ଧ ଲିଖନ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ କୃତି ପ୍ରତିଯୋଗି ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ମାନପତ୍ର ସହ ଟ୍ରଫି ପ୍ରଦାନ କରାଯାଇଥିଲା । ଏହି ଉପଲକ୍ଷେ ଛାତ୍ରଛାତ୍ରୀ ଓ ସମସ୍ତ ଅତିଥି ମାନେ ନିଶାମୁକ୍ତ ଭାରତ ଗଠନ ପାଇଁ ସାମୁହିକ ଶପଥ ପାଠ କରିଥିଲେ ।

Popular Articles