Advertisements
Tuesday, June 2, 2020
Home Children Issue ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ ପାଳିତ

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ଦିବସ ପାଳିତ

ରିପୋର୍ଟ: ଡିଲେଶ୍ୱର ବାଗ
ପଦ୍ମପୁର(୧୪/୦୯/୧୯): ଆଜି ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ସେବାଶ୍ରୀ ଭୋଇଙ୍କ ଅଧ୍ୟକ୍ଷତାରେ ହିନ୍ଦୀ ଦିବସ ପାଳିତ ହୋଇଯାଇଛି । ହିନ୍ଦୀ ଶିକ୍ଷକ ସୁରେନ୍ଦ୍ର କୁମାର ଭୋଇ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ବରିଷ୍ଠ ଶିକ୍ଷକ ବୃନ୍ଦାବନ ଦାଶ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

ପ୍ରେମାନନ୍ଦ ବେହେରା ଓ ଜୀବନାନନ୍ଦ ସାହୁ ସଂଗୀତ ପରିଚାଳନା କରିଥିଲେ । ଏହି ଶୁଭାବସରରେ ଜିଲ୍ଲାସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ପୁରସ୍କୃତ ଓ ରାଜ୍ୟସ୍ତରରେ ଅଂଶଗ୍ରହଣ ପାଇଁ ମନୋନୀତ ଛାତ୍ରୀ ରାଜନନ୍ଦିନୀ ହରିପାଲ, ସ୍ୱପ୍ନା ମହାନନ୍ଦ, ହୀନା ମହାନନ୍ଦ, ଆରତୀ ଶିକା, ପ୍ରୀତିସୁଧା ଭୋଇ ଓ ଦୀପା ନାଏକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ପୁରସ୍କାର ବିତରଣରେ ସହାୟତା କରିଥିଲେ ଚିନ୍ତାମଣି ସାହୁ, ଜ୍ୟେତ୍ସ୍ନାରାଣୀ ସାହୁ, ନିଳିମାରାଣୀ ମହାନ୍ତି, ଇତିଶ୍ରୀ ସାହୁ, ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ, ସୁରେଶ ଚନ୍ଦ୍ର ଚୌହାନ ଓ ବାଦଲ୍ କୁମାର ସେଠୀ । ସୁଷମା ଦାଶ, ବସନ୍ତ ବାଗ, ଦୁଷ୍ମନ୍ତ ଛତର ଓ ନନ୍ଦିନୀ ବାଗ କାର୍ଯ୍ୟକ୍ରମକୁ ସଫଳ କରିବାରେ ସହାୟତା କରିଥିଲେ । ଶେଷରେ ମିନତୀ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପୂର୍ବତନ ସାଂସଦ ପ୍ରଦୀପ ମାଝୀଙ୍କ ବଦାନ୍ୟତା, ଦାଦନ ବଜାରରୁ ଉଦ୍ଧାର ହେଲେ ବନ୍ଧକ ନାବାଳିକା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଏ.ସତୀଶ //ନବରଙ୍ଗପୁର (୦୧/୦୬): ତେଲେଙ୍ଗାନା ଇଟା ଭାଟିରୁ ଉଦ୍ଧାର ହେଲେ ନବରଙ୍ଗପୁର ନାବାଳିକା । ନାବାଳିକା ଝିଅର ମା ନିଜ ଶରୀରର ଚିକିତ୍ସା କରାଇବା ପାଇଁ...

ବଡ ଖବର: ବଲାଙ୍ଗୀର ଜିଲ୍ଲା ପ୍ରତ୍ୟେକ ଶନିବାର ଓ ରବିବାର ସଟ୍ ଡାଉନ, ଜୁନ ୩୦ ଯାଏଁ କଟକଣା ଅବ୍ୟାହତ

ରିପୋର୍ଟ: ଓଡିଶା ନ୍ୟୁଜ୨୪ ବ୍ୟୁରୋବଲାଙ୍ଗୀର (୦୧/୦୬): ଆଜିଠୁ ଦେଶରେ ଆରମ୍ଭ ହୋଇଛି ଅନଲକ-୧। ହେଲେ ନିଜ ନିଜ ରାଜ୍ୟର ପରିସ୍ଥିତି ଦେଖି ସରକାର ଯେ କୌଣସି ପଦକ୍ଷେପ ନେଇପାରିବେ...

ଗୁଡାରି ପୋଲିସ ର ବଡ ସଫଳତା, ୧୧୭୦ କେଜି ଗଂଜେଇ ସହ ୯ ବାଇକ ଜବତ

ରିପୋର୍ଟ: ପ୍ରଦୀପ ପାତ୍ର //ଗୁଣୁପୁର(୩୧/୦୬): ରାୟଗଡା ଜିଲ୍ଲା ଗୁଡାରି ପୋଲିସର ବଡ଼ ସଫଳତା,୧୧୭୦ କେଜି ଆନୁମାନିକ ଏକ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଗଞ୍ଜାଇ ଜବତ ସହ ୭ ATM...

ପଦ୍ମପୁର ରେ ମୋଦି ଅନ୍ନର ଅନ୍ତିମ ଦିବସ ଉଦଯାପିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (ତା ୧/୦୬): ବର୍ତ୍ତମାନ ସାରା ଭାରତରେ କରୋନା ସଂକ୍ରମଣ ଚେନକୁ ଭାଙ୍ଗିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଦେଶବାସୀ...

Recent Comments

%d bloggers like this: