୩ ଦିନ ପ୍ରବଳ ବର୍ଷିବ

0
106
୩ ଦିନ

ରିପୋର୍ଟ : ଓଡ଼ିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୩/୧୦) : ଗତ ୨ ବର୍ଷ ହେଲା କରୋନା କଟକଣା ପାଇଁ ଫିକା ପଡ଼ିଥିଲା ଶାରଦୀୟ ଦୁର୍ଗା ପୂଜା । ଏଥର କିନ୍ତୁ କଟକଣାମୁକ୍ତ ପୂଜା ପାଇଁ ଅନୁମତି ମିଳିଥିଲେ ବି ପୂଜା ମଉଜ ଫିକା ପଡ଼ିବ । ଘୂର୍ଣ୍ଣିବଳୟ ପ୍ରଭାବରେ ୩ ଦିନ ଅର୍ଥାତ ଅଷ୍ଟମୀ, ନବମୀ ଓ ଦଶମୀରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗାମୀ ୩ ଦିନ ପ୍ରବଳ ବର୍ଷିବ । ଆଜି ରାଜ୍ୟରେ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ କେନ୍ଦ୍ର ର ସୂଚନା ଅନୁସାରେ, ଆନ୍ଧ୍ର ଉପକୂଳ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜି ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ଅନୁଗୁଳ ଓ ଢେଙ୍କାନାଳ ।

ସେହିପରି ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏଥିପାଇଁ ସେହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଉଛି- ମୟୂରଭଞ୍ଜ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ ନୟାଗଡ଼ । ସେହିପରି ଆଉ ୪ଟି ଜିଲ୍ଲା- ଗଜପତି, ଗଞ୍ଜାମ, ପୁରୀ ଓ ଖୋର୍ଦ୍ଧାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

୫ ତାରିଖ ବା ବୁଧବାର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, କଟକ, ଜଗତସିଂହପୁର, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ।