୩ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା : ୧୧ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

0
269
୩

ରିପୋର୍ଟ : ଓଡ଼ିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୪/୧୦) : ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଏହି ବର୍ଷା ୩ ଦିନ ପର୍ଯ୍ୟନ୍ତ ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ପାଣିପାଗ କେନ୍ଦ୍ର ର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଗଞ୍ଜାମ, ଗଜପତି, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ରାଜ୍ୟରେ ୧୧ ଟି ଜିଲ୍ଲାକୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡିକ ହେଲା ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ ଓ ନୟାଗଡ଼ ।

ସେହିପରି ୫ ତାରିଖରେ ୧୦ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୬ ତାରିଖରେ ରାଜ୍ୟରେ ବର୍ଷା ର ପରିମାଣ କମିବ । ହେଲେ ୬ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରରେ ବର୍ଷା ଲାଗି ରହିଛି ।