Thursday, March 28, 2024

Top 5 This Week

Related Posts

ଆଜି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ : ସତର୍କ କଲା ପାଣିପାଗ କେନ୍ଦ୍ର

ରିପୋର୍ଟ : ଓଡ଼ିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୯/୧୦) : ବର୍ଷାରେ ଭିଜିବ କୁମାର ପୂର୍ଣ୍ଣିମା । ଆଜି ଉପକୂଳ ଓଡ଼ିଶା ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି ।

ପାଣିପାଗ କେନ୍ଦ୍ର ର ସୂଚନା ଅନୁସାରେ, ଆଜି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ । ଆଜି ରାଜ୍ୟରେ ୧୮ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଭଦ୍ରକ ଓ ବାଲେଶ୍ୱର । ତେବେ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ବର୍ଷା ହେବା ନେଇ ସତର୍କ ଜାରି କରାଯାଇଥିବା ବେଳେ ଅନ୍ୟ ଜିଲ୍ଲା ଗୁଡ଼ିକରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ସକ୍ରିୟ ରହିବା ଯୋଗୁଁ ରାଜ୍ୟରେ କିଛିଦିନ ହେବ ବର୍ଷା ଜାରି ରହିଛି । ଆଜିଠୁ ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ବଢିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।

Popular Articles