କଲନରା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

0
148
କଲନରା ବ୍ଲକରେ ଯୁଗ୍ମ

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡ଼ା, (୧୦/୧୦) : ରାୟଗଡ଼ା ଜିଲ୍ଲା ପ୍ରଶାସନ ତରଫରୁ ଆଜି କଲନରା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।

କଲନରା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ରାୟଗଡ଼ା ଜିଲ୍ଲାପାଳ ସ୍ୱଧା ଦେବ ସିଂ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରାମଚନ୍ଦ୍ର ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଲାଲମୋହନ ରାଉତରାୟ, ଉପଜିଲ୍ଲାପାଳ ରାୟଗଡ଼ା ଭୀମସେନ ଶବର, ପଞ୍ଚାୟତ ସମିତି ଅଧ୍ୟକ୍ଷା ସଂଯୁକ୍ତା କୁଳେଶିକା, ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ, ସହକାରୀ ଯନ୍ତ୍ରୀ, ଜିଲ୍ଲା ଗ୍ରାମୀୟ ଜଳଯୋଗାଣ ସଂସ୍ଥା ର ସହାକାରୀ ଯନ୍ତ୍ରୀ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ସୁକାନ୍ତ ସାହୁ, ସହକାରୀ ଯୋଗାଣ ଅଧିକାରୀ, ସୁହଂସ ଭୋଇ, ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ, ଜିଲ୍ଲା ଉଦ୍ୟାନ ଉପ ନିର୍ଦ୍ଦେଶକ ପତିତପାବନ ସାମନ୍ତରାୟ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଯାଜ୍ଞସେନୀ ବେହେରା, ଜିଲ୍ଲା ପଞ୍ଚାୟତ ଅଧିକାରୀ ସୂର୍ଯ୍ୟ ନାରାୟଣ ମହାରଣା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଅବକାରୀ ଅନୁନିରୀକ୍ଷକ ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।

ଆଜି ମୋଟ ୩୨ ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୨୫ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୭ ଗୋଟି ଗ୍ରାମବାସୀ ମାନଙ୍କର ଅଭିଯୋଗ ଥିଲା । ଏହି ଶିବିରରେ ଜଣକୁ ୫ ହଜାର ଟଙ୍କା ରେଡ଼କ୍ରସରୁ ଓ ଅନ୍ୟ ଜଣକୁ ୫ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରିଥିଲେ । ଜିଲ୍ଲାପାଳ ଶ୍ରୀ ଦେବ ସିଂ ଉକ୍ତ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।