ଭବାନୀପାଟଣା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଜନ ଶୁଣାଣି ଶିବିର ଅନୁଷ୍ଠିତ

0
148
ଭବାନୀପାଟଣା ଠାରେ ଜିଲ୍ଲାପାଳ

ରିପୋର୍ଟ : ଦେବଦତ୍ତ ପଣ୍ଡା
କଳାହାଣ୍ଡି, ତା (୧୦/୧୦) : ଆଜି ଭବାନୀପାଟଣା ଠାରେ ଜିଲ୍ଲାପାଳ ଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜି ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।

ଭବାନୀପାଟଣା ଠାରେ ଜିଲ୍ଲାପାଳ ତଥା ଆରକ୍ଷୀ ଅଧିକ୍ଷକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଶରତ ଚନ୍ଦ୍ର ଶ୍ରୀଚନ୍ଦନ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୁଶାନ୍ତ ପଟେଲ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ସଚିନ ପାୱାର, ଉପ ଜିଲ୍ଲାପାଳ ଡ଼. ବିଶ୍ୱଜିତ୍ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।

ଏହି ଜନ ଶୁଣାଣି ଶିବିରରେ ମୋଟ ୫୭ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୪୭ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୦ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୩ଟି ଅଭିଯୋଗ ର ସମାଧାନ ତତକ୍ଷଣାତ୍ କରାଯାଇଥିଲା ।