ଜିଲ୍ଲାପାଳଙ୍କ ଗୁଡାରି ବ୍ଲକ ରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

0
134
ଜିଲ୍ଲାପାଳଙ୍କ ଗୁଡାରି ବ୍ଲକ

ରିପୋର୍ଟ : ଲୋକନାଥ ସାହୁ
ରାୟଗଡା/ଗୁଡାରି : (୧୭/୧୦) : ରାୟଗଡ଼ା ଜିଲ୍ଲା ପ୍ରଶାସନ ତରଫରୁ ଆଜି ଜିଲ୍ଲାପାଳଙ୍କ ଗୁଡାରି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି ।

ଜିଲ୍ଲାପାଳଙ୍କ ଗୁଡାରି ବ୍ଲକ ରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀମତି ସ୍ୱଧା ଦେବ ସିଂ, ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମl, ଉପଜିଲ୍ଲାପାଳ ଗୁଣପୁର ଲୋକନାଥ ଦଳବେହେରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଲାଲମୋହନ ରାଉତରାୟ, ପଞ୍ଚାୟତ ସମିତି ଅଧ୍ୟକ୍ଷା ଲକ୍ଷ୍ମୀ ଶବର, ଅତିରକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଜଳଛା ବିଭାଗ ପୂର୍ଣ୍ଣ ଚନ୍ଦ୍ର ଚୌଧୁରୀ, ସହକାରୀ ନିର୍ବାହୀ ଯନ୍ତ୍ରୀ, ଜିଲ୍ଲା ଗ୍ରାମୀୟ ଜଳଯୋଗାଣ ସଂସ୍ଥା , ବିଡିଓ ନୃସିଂହ ଚରଣ ସେଠୀ, ତହସିଲଦାର ଗୁଡାରି ଭାରତୀ ଦେବୀ, ଜିଲ୍ଲା ଯୋଗାଣ ଅଧିକାରୀ, ରାଜକିଶୋର ପାଣିଗ୍ରାହୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ରମେଶ ଚନ୍ଦ୍ର ନାୟକ , , ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଯlଜ୍ଞସେନି ବେହେରା, ଜିଲ୍ଲା ମତ୍ସ୍ୟ ଅଧିକାରୀ, ଚାଲୁକାନ୍ତି ତାଜନ ଜିଲ୍ଲା ସୂଚନା ଓ ଲକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଆଲେନୁର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ରାୟଗଡ଼ା ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।

ଆଜି ମୋଟ ୬୪ ଟି ଅଭିଯୋଗ ଜିଲ୍ଲାପାଳଙ୍କ ନଜରକୁ ଆସିଥିଲା ସେଥି ମଧ୍ୟରୁ ୫୧ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୩ ଗୋଟି ଗ୍ରାମବାସୀ ମାନଙ୍କର ଅଭିଯୋଗ ଥିଲା l ଜିଲ୍ଲାପାଳ ଜଣକୁ ୨୦ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ସହାୟତା କୋଷରୁ ପ୍ରଦାନ କରିଥିଲେ । ଜିଲ୍ଲାପାଳ ଉକ୍ତ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।ଏହାପରେ ଜିଲ୍ଲାପାଳ ତହସିଲ କାର୍ଯ୍ୟାଳୟକୁ ଗସ୍ତ କରି ପରିଦର୍ଶନ କରିଥିଲେ । ସେଠାରେ ସୁକୁଡୁବାଜୁ ଗ୍ରାମର ୩୮ ଜଣ ଓ ମଧୁମଉପଡା ଗ୍ରାମ ର ୪୫ ମୋଟ ୮୩ ଜଣ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରିଥିଲେ l