ବାଂଲାଦେଶରେ ‘ସିତ୍ରାଙ୍ଗ’ର ତାଣ୍ଡବ : ୭ ମୃତ

0
242
ବାଂଲାଦେଶରେ

ରିପୋର୍ଟ : ଓଡ଼ିଶା ନ୍ୟୁଜ ୨୪ ବ୍ୟୁରୋ //
ନୂଆଦିଲ୍ଲୀ, (୨୫/୧୦) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ସିତ୍ରାଙ୍ଗ୍ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ମଙ୍ଗଳବାର ଭୋରୁ ବାଂଲାଦେଶରେ ସ୍ଥଳଭାଗ ଛୁଇଁଛି । ବାତ୍ୟା ଯୋଗୁଁ ପ୍ରବଳ ପବନ ବର୍ଷାରେ ବାଂଲାଦେଶରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । 

କିଛି ଲୋକ ଆହତ ହୋଇଥିବା ବେଳେ ସମସ୍ତଙ୍କୁ ନିରାପଦ ସ୍ଥାନକୁ ଆଣିବାକୁ ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି । ବାଂଲାଦେଶରେ ‘ସିତ୍ରାଙ୍ଗ’ର ତାଣ୍ଡବ ! ଲ୍ୟାଣ୍ଡଫଲ କରିବା ବେଳେ ପବନର ବେଗ ସର୍ବାଧିକ ୧୦୦ କିଲୋମିଟର ରହିଥିଲା ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଲ୍ୟାଣ୍ଡଫଲ୍ ବେଳେ ବାତ୍ୟା ସିତ୍ରାଙ୍ଗ ଦୁର୍ବଳ ହୋଇଛି । ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ସାମୁଦ୍ରିକ ଝଡ଼ରୁ ତୀବ୍ର ଅବପାତ ଏବଂ ସଂଧ୍ୟାରେ ଏହା ଲଘୁଚାପରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ଆକଳନ କରିଛି ।

ବାତ୍ୟା ପାଇଁ ପଶ୍ଚିମବଙ୍ଗ, ଆସାମ, ଅରୁଣାଚଳ ପ୍ରଦେଶ, ନାଗାଲ୍ୟାଣ୍ଡ, ମଣିପୁର, ମିଜୋରାମ, ମେଘାଳୟ ଓ ତ୍ରିପୁରାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ଲାଗିରହିଛି । ପ୍ରଶାସନ ପକ୍ଷରୁ ସେଠାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଓଡ଼ିଶା ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକ ଉପରୁ ବିପଦ ଟଳି ଯାଇଛି ।