ନଭେମ୍ବର ୧୨ ତାରିଖରେ ଅନୁଷ୍ଠିତ ହେବ ରାଷ୍ଟ୍ରୀୟ ଲୋକ ଅଦାଲତ

0
137
ନଭେମ୍ବର ୧୨

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡ଼ା, ତା. (୨୭/୧୦) : ରାୟଗଡ଼ା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅନୁକୁଲ୍ୟରେ ଏକ ଜିଲ୍ଲା ସ୍ତରୀୟ ଓ ତାଲୁକା ସ୍ତରୀୟ ବିଚାର ବିଭାଗୀୟ ଅଦାଲତ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ନଭେମ୍ବର ୧୨ ତାରିଖ ଶନିବାର ଦିନ ଅନୁଷ୍ଠିତ ହେବାକୁ ଯାଉଅଛି ।

ନଭେମ୍ବର ୧୨ ତାରିଖରେ ଅନୁଷ୍ଠିତ ହେବାକୁଥିବା ଉକ୍ତ ରାଷ୍ଟ୍ରୀୟ ଲୋକ ଅଦାଲତରେ ବିଚାରାଧୀନ ମକଦ୍ଦମା ଯଥା ଦେୱାନୀ, ଫୌଜଦାରୀ, ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ବ୍ୟାଙ୍କ ଋଣ, ବିଦ୍ୟୁତ ଓ ଜଳଯୋଗାଣ, ପାରିବାରିକ, ଜମି ଅଧିଗ୍ରହଣ, ଶ୍ରମ ବିବାଦ, ଚେକ ବାଉନସ ମାମଲା ଇତ୍ୟାଦି ର ଆପୋଷ ସହମତିରେ ସମାଧାନ କରା ଯାଇପାରିବ । ବିଚାରାଧୀନ ମୋକଦ୍ଦମା ସହ ଉକ୍ତ ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାକ ମୋକଦ୍ଦମା ସ୍ତରୀୟ ତଥା କଚେରୀରେ ଦାୟର ହୋଇ ନଥିବା ବିବାଦ ର ମଧ୍ୟ ସମାଧାନ କରାଯାଇ ପାରିବ ବୋଲି ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ସଚିବ କୁମାରୀ ନିବେଦିତା ପଣ୍ଡା ସୂଚନା ଦେଇଛନ୍ତି । ଲୋକ ଅଦାଲତରେ କୌଣସି ପ୍ରକାର ଆର୍ଥିକ ବ୍ୟୟ କରିବାକୁ ପଡ଼ୁ ନଥିବାରୁ ଜନ ସାଧାରଣ ଉକ୍ତ ଲୋକ ଅଦାଲତ ର ସୁଯୋଗ ନେବାକୁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସୂଚନା ଦିଆଯାଇଛି ।