ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

0
169
ବ୍ଲକ ସ୍ତରୀୟ ଭୀମଭୋଇ

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡ଼ା, ତା (୨୭/୧୦) : ତା ୨୭/୧୦/୨୦୨୨ ରିଖ ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ଵାରା ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା ।

ଏହି କାର୍ଯ୍ୟକ୍ରମରେ ୧୩୭ ଜଣ ଭିନ୍ନକ୍ଷମ ପଞ୍ଜୀକୃତ ହୋଇଥିଲେ ଓ ୧୧୮ ଜଣ ଭିନ୍ନକ୍ଷମଙ୍କୁ ଡାକ୍ତର ପରୀକ୍ଷା କରିଥିଲେ । ୨ ଜଣ ଙ୍କୁ ଚକଲଗା ଚୌକି ପ୍ରଦାନ କରାଯାଇଥିଲା । ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁଶ୍ରୀ ଟୁନି ହୁଇକା ଓ ସମ୍ମାନିତ ଅତିଥି ଭାବେ ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଶ୍ରୀ ହରପ୍ରସାଦ ହେପୃକା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲକ୍ଷ୍ମୀ ନାରାୟଣ ସାବତ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସୁରେନ୍ଦ୍ର ଗମାଙ୍ଗ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ କାଳୁ ଚରଣ ନାୟକ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ଶ୍ରୀକାନ୍ତ କୁମାର ପାଣିଗ୍ରାହୀ, ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀମତୀ ରଞ୍ଜିତା ବେହେରା, ଭିନ୍ନକ୍ଷମ ମହାସଂଘ ସମ୍ପାଦକ ଶ୍ରୀ ଅମରେନ୍ଦ୍ର ନାଥ ଓ ଭିନ୍ନକ୍ଷମ ମହାସଂଘ ସଭାପତି ଶ୍ରୀ ଶିଶିର ରାଉଳ ଯୋଗ ଦେଇଥିଲେ ।