ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୩୦/୧୦) : ଆର୍ଥିକ ଓ ସାମାଜିକ ନିରାପତ୍ତାକୁ ସୁଦୃଢ କରିବା ସହ ସଞ୍ଚୟକୁ ସୁନିଶ୍ଚିତ କରିବା ବାର୍ତ୍ତାରେ ଆଜି ସୁବର୍ଣ୍ଣପୁର ଠାରେ ବିଶ୍ୱ ମିତବ୍ୟୟିତା ଦିବସ ପାଳିତ ହୋଇଯାଇଛି ।
ସୁବର୍ଣ୍ଣପୁର ଠାରେ ବିଶ୍ୱ ମିତବ୍ୟୟିତା ଦିବସ ପାଳନ ଅବସରରେ ଭବିଷ୍ୟତକୁ ନଜରରେ ରଖି କଷ୍ଟୋପାର୍ଜିତ ଅର୍ଥ ର ସଞ୍ଚୟ ଆତ୍ମନିର୍ଭର ହେବାକୁ ପ୍ରବର୍ତ୍ତେଇ ଥାଏ ବୋଲି ଜିଲ୍ଲାପାଳ ଅବୋଲି ସୁନିଲ ନରୱଣେ ଓ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟ ନାରାୟଣ ଦାଶ ଅତିଥିଭାବେ ଯୋଗଦେଇ ମତବ୍ୟକ୍ତ କରିଛନ୍ତି । ଆଜିର ବ୍ୟୟବହୁଳ ସମୟରେ ମିତବ୍ୟୟିତା ଅପରିହାର୍ଯ୍ୟ ହୋଇ ପଡିଥିବାବେଳେ ପ୍ରଚଳିତ ସ୍ୱଳ୍ପ ସଞ୍ଚୟ ଯୋଜନାକୁ ନେଇ ଜନ ଜାଗରଣ ଉପରେ ଗୁରୁତ୍ୱାରୋପ କରିଥିଲେ ।
ଭାରପ୍ରାପ୍ତ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଅଧିକାରୀ ଅଶ୍ୱିନୀ କୁମାର ଭୋଇଙ୍କ ତତ୍ୱାବଧାନରେ ପରିଚାଳିତ ସଚେତନତା ଶୋଭାଯାତ୍ରା ତଥା ସଞ୍ଚୟ ରଥ ପରିକ୍ରମା କାର୍ଯ୍ୟକ୍ରମରେ ମହାରାଜ ହାଇସ୍କୁଲ, ସରକାରୀ ବାଳିକା ହାଇସ୍କୁଲ, ସାହାରା ଟ୍ରଷ୍ଟ ହାଇସ୍କୁଲ ର ଏନ ସି ସି, ସ୍କାଉଟ, ଗାଇଡ଼, ଛାତ୍ରଛାତ୍ରୀଙ୍କ ଦ୍ୱାରା ଦିବସ ଅବସରରେ ସଚେତନତା ରାଲି ସହର ପରିକ୍ରମା କରିଥିବା ବେଳେ ସଞ୍ଚୟ ରଥ ଜିଲ୍ଲା ର ବିଭିନ୍ନ ବ୍ଲକ ପରିକ୍ରମା କରି ଦୃଶ୍ୟଶ୍ରାବ୍ୟ ମାଧ୍ୟମରେ ଜଣଜାଗରଣ ସୃଷ୍ଟି କରିବ ।
ଅନୁଷ୍ଠିତ ଶୋଭାଯାତ୍ରା ଓ ସଞ୍ଚୟ ରଥ କୁ ମାନନୀୟ ଜିଲ୍ଲାପାଳ ଶ୍ରୀମତୀ ନରୱଣେ ସହର ସ୍ଥିତ ଆମ୍ବେଦକର ଛକ ଠାରେ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମ ଅବସରରେ ଜିଲ୍ଲା ର ପୋଷ୍ଟାଲ ଏଜେଣ୍ଟ, ଶିକ୍ଷକ ଶିକ୍ଷୟତ୍ରୀ, ବୁଦ୍ଧିଜୀବୀ, ଜିଲ୍ଲା ସ୍ତରୀୟ ଗଣମାଧ୍ୟମ ପ୍ରତିନିଧି ବୃନ୍ଦ ଯୋଗଦାନ କରିଥିଲେ । ବିଭଗୀୟ କର୍ମଚାରୀ ଦୁଃଖିଶ୍ୟାମ ସେଠୀ, ସଞ୍ଜୟ ବାରିକ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।