ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ

0
152
ଜିଲ୍ଲା ସ୍ତରୀୟ ଖରିଫ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୩୧/୧୦) : ସୁବର୍ଣ୍ଣପୁର ଜିଲ୍ଲାରେ ଖରିଫ ଧାନ ସଂଗ୍ରହ ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନିଲ ନରୱଣେ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି ।

ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ ବୈଠକରେ ଚଳିତ ବର୍ଷ ଜିଲ୍ଲାରେ ଡିସେମ୍ବର ପ୍ରଥମ ସପ୍ତାହ ମଧ୍ୟରେ ଖରିଫ ଧାନ କ୍ରୟ ନିମନ୍ତେ ଆବଶ୍ୟକ ପଦକ୍ଷେପ ଗ୍ରହଣ ଉପରେ ବୈଠକରେ ସ୍ଥିର କରାଯାଇଛି ଏବଂ ଧାନ କ୍ରୟ ର ନିର୍ଦ୍ଦିଷ୍ଟ ତାରିଖ ସ୍ଥିର ନିମନ୍ତେ ଜିଲ୍ଲାପାଳ ଙ୍କୁ ବୈଠକରେ ଅନୁରୋଧ କରାଯାଇଛି । ଏଥି ନିମନ୍ତେ ଜିଲ୍ଲାର ୧୦୧ଟି ସୋସାଇଟି ଜରିଆରେ ଜିଲ୍ଲାର ବିଭିନ୍ନ ବ୍ୟବସ୍ଥିତ ୧୦୭ ଟି ଧାନ କ୍ରୟ କେନ୍ଦ୍ରରୁ ଯୋଗାଣ ନିଗମ ଧାନ କ୍ରୟ କରିବ ।

ଖରିଫ ଧାନ କ୍ରୟ ପ୍ରକ୍ରିୟା ନିମନ୍ତେ ଟୋକନ ବ୍ୟବସ୍ଥା କରାଯିବ, ମାତ୍ର ଏକର ପ୍ରତି କେତେ ପରିମାଣରେ ଧାନ କିଣାଯିବ ସେଥିପାଇଁ ରାଜ୍ୟ ସ୍ତରୀୟ କ୍ରୟ କମିଟି ନିଷ୍ପତ୍ତି ଗ୍ରହଣ କଲାପରେ ଜଣାପଡିବ । ଚଳିତ ବର୍ଷ ଏଫଏକ୍ୱିଉ ଧାନର ସରକାରୀ ଧାର୍ଯ୍ୟ ମୂଲ୍ୟ ୨୦୪୦ଟଙ୍କା ରହିଥିବା ସୂଚନା ଦିଆଯାଇଛି । ମଣ୍ଡି ଗୁଡିକ ରବିବାର ବ୍ୟତୀତ ସପ୍ତାହକ ୬ ଦିନ ଖୋଲା ରହିବ । ସହିତ ସକାଳ ୭ ଘଣ୍ଟା ରୁ ଅପରାହ୍ନ ୧ ଘଣ୍ଟା ପର୍ଯ୍ୟନ୍ତ ଧାନ କିଣାଯିବ ।

ଚଳିତ ବର୍ଷ ଖରିଫ ଧାନ ବିକ୍ରୟ କରିବା ପାଇଁ ଜିଲ୍ଲାର ୬୫୫୨୩ ଜଣ ଚାଷୀ ପଞ୍ଜିକୃତ ହୋଇଥିବା ଏବଂ ତନ୍ମଧ୍ୟରୁ ୬୫୩୬୦ ଜଣ ଚାଷୀ ଭେଳିଡିସନ ହୋଇଥିବା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ସମସ୍ତ ମଣ୍ଡି ଗୁଡିକରେ କୌଣସି ପ୍ରକାର ଅସୁବିଧା କୁ ସମ୍ମୁଖୀନ ଓ ପ୍ରତିହତ କରିବା ନିମନ୍ତେ ପାନୀୟ ଜଳ, ବିଜୁଳି, ଟ୍ରପୋଲିନ ଓ ଚାଷୀ ଙ୍କ ପାଇଁ ଆଶ୍ରୟସ୍ଥଳ ପ୍ରତି ବିଶେଷ ଗୁରୁତ୍ୱ ଦେବା ସହ ଚାଷୀ ଯେପରି ଖରିଫ ଧାନ ବିକ୍ରୟ କୁ ସହଜ ଓ ସୁବିଧାରେ କରିପାରିବ ସେଥିପାଇଁ ଜିଲ୍ଲାର ଚାଷୀଙ୍କୁ ଆବଶ୍ୟକ ସଚେତନ କରାଇବା ନିମନ୍ତେ ବ୍ୟାପକ ପ୍ରଚାର ପ୍ରସାର କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ଯତ୍ନବାନ ହେବାକୁ ପରାମର୍ଶ ଦିଆଯାଇଛି ।

ଉପସ୍ଥିତ ଚାଷୀ ପ୍ରତିନିଧି ଓ ମିଲର୍ସ ଙ୍କ ତରଫରୁ ଚଳିତ ବର୍ଷ ରବି ଧାନ କ୍ରୟ ସମୟରେ ଓ ପରେ ଉପୁଜିଥିବା ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିବା ଓ ଚଳିତ ବର୍ଷ ତ୍ରୁଟି ସମାଧାନ ଦିଗରେ ଜିଲ୍ଲା ପ୍ରଶାସନ ଗୁରୁତ୍ୱ ଦେବା ସହ ଖରିଫ ଧାନ କ୍ରୟ କୁ ସୁ ବ୍ୟବସ୍ଥିତ କରାଯିବାକୁ ମାନ୍ୟବର ମନ୍ତ୍ରୀ ଅର୍ଥ ଓ ସଂସଦୀୟ ବ୍ୟାପାର ନିରଞ୍ଜନ ପୂଜାରୀ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ଓ ସଂସ୍ଥାକୁ ପରାମର୍ଶ ଦେଇଛନ୍ତି ।

ଏହି ଗୁରୁତ୍ୱପୂର୍ଣ ଜିଲ୍ଳା ସ୍ତରୀୟ କ୍ରୟ କମିଟି ବୈଠକରେ ମାନ୍ୟବର ବିଧାୟକ ବୀରମହାରାଜପୁର ପଦ୍ମନାଭ ବେହେରା ଯୋଗଦାନ କରି ଜିଲ୍ଲାରେ ଚାଷ ଓ ଚାଷୀ ର ଗୁରୁତ୍ୱାରୋପ କରିବାସହ ଜିଲ୍ଲାରେ ଖରିଫ ଧାନ କ୍ରୟ ପ୍ରକ୍ରିୟା କୁ ସୁବ୍ୟବସ୍ଥିତ ଓ ସୂଚାରୁରୂପେ ପରିଚାଳନା ନିମନ୍ତେ ଧାନ ସଂଗ୍ରହ କେନ୍ଦ୍ର ଗୁଡିକରେ ଭିତ୍ତି ଭୂମି କୁ ଯଥୋଚିତ ପ୍ରସ୍ତୁତି ପାଇଁ ପ୍ରଶାସନ ତଥା ସମ୍ପୃକ୍ତ ବିଭାଗ କୁ ପରାମର୍ଶ ଦେଇଛନ୍ତି ।

ଏହି ବୈଠକରେ ଜିଲ୍ଳା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସୁପାର ଠେଲା ଯୋଗଦାନ କରି ମିଲର୍ସ ଓ ଚାଷୀଙ୍କ ମଧ୍ୟରେ ସମନ୍ୱୟ ରକ୍ଷା ପୂର୍ବକ ଖରିଫ ଧାନ କ୍ରୟ ଉପରେ ଗୁରୁତ୍ୱ ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି । ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲପାଳ ସୂର୍ଯ୍ୟନାରାୟଣ ଦାଶ, ଉପଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର ଓ ବୀରମହାରାଜପୁର ଉପଜିଲ୍ଲାପାଳ ଅଶୋକ କୁମାର ଭୋଇ, ସମ୍ପାଦକ ନିୟନ୍ତ୍ରିତ ବଜ଼ାର କମିଟି, ଜିଲ୍ଲା ସମବାୟ ଉପନିବନ୍ଧକ ସୁବର୍ଣ୍ଣପୁର, ମାନ୍ୟବର ସାଂସଦ ଙ୍କ ପ୍ରତିନିଧି, ଜିଲ୍ଲା ଚାଷୀ ସଙ୍ଗଠନ ର କର୍ମକର୍ତ୍ତା, ମିଲର୍ସ ପ୍ରତିନିଧି ଓ ଜିଲ୍ଲାସ୍ତରୀୟ ବିଭିନ୍ନ ଅଧିକାରୀ ଅଂଶ ଗ୍ରହଣ କରି ଆଲୋଚନାରେ ଭାଗ ନେଇଥିଲେ । ବୈଠକରେ ଜିଲ୍ଲପାଳ ଶ୍ରୀମତୀ ନରୱଣେ ସଭା ପରିଚାଳନା କରିଥିବାବେଳେ ସୁରେଶ ପାଣିଗ୍ରାହୀ ମୁଖ୍ୟ ଯୋଗାଣ ଅଧିକାରୀ ସ୍ୱାଗତ କରିବା ସହ ଅଧ୍ୟକ୍ଷ ଙ୍କ ଅନୁମତିରେ ବିବରଣୀ ପାଠ କରି ସଭା ଶେଷ ରେ ଧନ୍ୟବାଦ ଅର୍ପଣ କରିଥିଲେ ।