Friday, March 29, 2024

Top 5 This Week

Related Posts

ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ମହକ ଅନୁଷ୍ଠିତ

ରିପୋର୍ଟ : ଧ୍ରୁବରାଜ ମିଶ୍ର //
ସୁବର୍ଣ୍ଣପୁର (୯/୧୧) : ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ଆୟୋଜିତ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ମହକ ଜିଲ୍ଲା ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାରେ ଥିବା ଶିଶୁ ଯତ୍ନ ଅନୁଷ୍ଠାନ ମାନଙ୍କରେ ରହୁଥିବା ଶିଶୁ ମାନଙ୍କୁ ନେଇ ମହକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । e0ed059d ecff 403a ab58 f044b26160d3 ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ମହକ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ମହକ ଅନୁଷ୍ଠିତ । ଉଦଘାଟନ ଉତ୍ସବରେ ଜିଲ୍ଳା ମଙ୍ଗଳ ଅଧିକାରୀ ରବୀନ୍ଦ୍ର ପାଲାକା ମୁଖ୍ୟ ଅତିଥିଭାବେ ଯୋଗଦାନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ, ଜିଲ୍ଳା ବାଲ୍ୟବିବାହ ପରାମର୍ଶ ଦାତା ରାକେଶ ପ୍ରଧାନ ପ୍ରମୁଖ ଯୋଗଦାନ କରିଥିଲେ । ଜିଲ୍ଳା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ ସ୍ୱାଗତ ବକ୍ତବ୍ୟ ଦେବା ସହ କାର୍ଯ୍ୟକ୍ରମ ର ବିବରଣୀ ପଠନ କରିଥିଲେ । ବିଜୟ ବିଶ୍ୱାଳ ଧନ୍ୟବାଦ ପ୍ରଦାନ କରିଥିବା ବେଳେ ବ୍ରତାନନ୍ଦ ଭୋଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ସେହିପରି ଅପରାହ୍ନ ରେ ଅନୁଷ୍ଠିତ ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥିଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟ ନାରାୟଣ ଦାଶ ଯୋଗଦାନ କରି ଛାତ୍ରଛାତ୍ରୀ ଙ୍କୁ ଚରିତ୍ର ଗଠନ ଓ ବ୍ୟକ୍ତିତ୍ୱ ର ବିକାଶ ଉପରେ ସାର ଗର୍ଭକ ପରାମର୍ଶ ଦେଇଥିଲେ । ସମ୍ମାନିତ ଅତିଥିଭାବେ ଡି ଏସ ପି ସଦର, ଶିଶୁ ମଙ୍ଗଳ କମିଟି ସଭ୍ୟା ରଞ୍ଜିତା ସାହୁ, ଡି ଆଇ ପି ଆରୋ ଶ୍ରୀ ଭୋଇ, ଡିସିପିଓ ଶ୍ରୀ ଦାଶ ମଂଚାସୀନ ରହିଥିଲେ । ଦିବସ ପରିପ୍ରେକ୍ଷୀରେ ଶିଶୁ ମାନଙ୍କୁ ନେଇ ଅନୁଷ୍ଠିତ ଗୀତ, ନୃତ୍ୟ, ତର୍କ, ସାଧାରଣ ଜ୍ଞାନ ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ଅତିଥି ବୃନ୍ଦ ଟ୍ରଫି ଓ ମାନପତ୍ର ପ୍ରଦାନ ପୂର୍ବକ ପୁରସ୍କୃତ କରିଥିଲେ ।  ଏହି କାର୍ଯ୍ୟକ୍ରମରେ କେଶବ ମେହେର, ସରିତା ସୁନା, ରୁଦ୍ର ପ୍ରସନ୍ନ ମିଶ୍ର, ପ୍ରଶାନ୍ତ ମହାକୁଡ଼, ଥବିର କାଲସଏ, ବିଶେଶ୍ୱର ହୋତା, ସ୍ୱାଗତ ରାଜ ମିଶ୍ର, ସିଦ୍ଧାନ୍ତ ସୁନା ପ୍ରମୁଖ କର୍ମଚାରୀ ସହଯୋଗ କରିଥିଲେ ।

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

Popular Articles