ରାୟଗଡ଼ା ଜିଲ୍ଲା ସିଭିଲ କୋର୍ଟ ପରିସରରେ ଆଜି ୪ର୍ଥ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ

0
233
ରାୟଗଡ଼ା ଜିଲ୍ଲା ସିଭିଲ କୋର୍ଟ

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡ଼ା, (୧୨/୧୧) : ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡ଼ା ତତ୍ତ୍ୱାବଧାନରେ ରାୟଗଡ଼ା ଜିଲ୍ଲା ସିଭିଲ କୋର୍ଟ ପରିସରରେ ଆଜି ୪ର୍ଥ ରାଷ୍ଟ୍ରିୟ ଲୋକଅଦାଲତ ଅନୁଷ୍ଠିତ ହୋଇଯାଇଛି ।WhatsApp Image 2022 11 13 at 11.32.59 ରାୟଗଡ଼ା ଜିଲ୍ଲା ସିଭିଲ କୋର୍ଟ ପରିସରରେ ଆଜି ୪ର୍ଥ ରାଷ୍ଟ୍ରିୟ ଲୋକ ଅଦାଲତ ଅନୁଷ୍ଠିତ

ଏହି ଲୋକ ଅଦାଲତରେ ରାୟଗଡ଼ା ଜିଲ୍ଲା ସିଭିଲ କୋର୍ଟ ସମେତ ଗୁଣୁପୁର, ବିଷମକଟକ, କାଶିପୁର ରେ ଦୀର୍ଘ ଦିନ ଧରି ପଡିରହିଥିବା ୧୭୮୧ ଟି ମାମଲାର ଫଇସଲା ହୋଇ ଜରିମାନା ବାବଦକୁ ଟ. ୬୫,୭୧,୨୨୯ (ପଞ୍ଚଷଠି ଲକ୍ଷ ଏକସ୍ତରୀ ହଜାର ଦୁଇଶହ ଅଣତିରିଶି) ଟଙ୍କା ଓ ପ୍ରିଲିଟିଗେସନ ସମ୍ବନ୍ଧିତ ୨୧ ଟି ମାମଲାର ଫଇସଲା ହୋଇ ଜରିମାନା ବାବଦକୁ ଟ.୭, ୪୯, ୫୯୯( ସାତ ଲକ୍ଷ ଅଣଚାଷ ହଜାର ପାଞ୍ଚଶହ ଅନେଶତ) ଟଙ୍କା ଆଦାୟ ହୋଇଛି ।

ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ବିକ୍ରମ କେଶରୀ ପଟ୍ଟନାୟକ ଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଂପାଦିକା ଶ୍ରୀମତି ନିବେଦିତା ପଣ୍ଡା ପରିଚାଳନା କରିଥିଲେ ।

ଏଥିରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ଅମ୍ରୁତ ରଞ୍ଜନ ନନ୍ଦ, ଅତିରିକ୍ତ ଜିଲ୍ଲାଜଜ୍ ଶ୍ରୀମତି ରୀନା ଚୌଧୁରି, ସ୍ଥାୟୀ ଲୋକଅଦାଲତର ଅଧ୍ୟକ୍ଷ ଶ୍ରୀ ହିମାଂଶୁ ଶେଖର ବ୍ରହ୍ମା, ରେଜିଷ୍ଟର ଶ୍ରୀ ଦେବିଯୋତି ମହାପାତ୍ର, ବରିଷ୍ଠ ଦଣ୍ଡାଧିକାରୀ ଶ୍ରୀମତି ମିନାକ୍ଷୀ ପ୍ରିୟଦର୍ଶନୀ, ମହିଳା କୋର୍ଟ ର ବିଚାରପତି ଶ୍ରୀମତି ସୋନଲ ଶର୍ମା, ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀ ସୌମ୍ୟରୂପ ସାହୁ, ଅନୁବିଭାଗୀୟ ଦଣ୍ଡାଧିକାରୀ ଶ୍ରୀ ଗୁରିଚରଣ ଜେନାମଣୀ, ଗ୍ରାମ୍ୟ ନ୍ୟାୟାଧିକାରୀ ଶ୍ରୀମତି ସୁବାସିନୀ ବେହେରା ପ୍ରମୁଖ ଯୋଗଦେଇଥିଲେ । ଜିଲ୍ଲା ଆଇନ ସେବା ପ୍ରାଧିକରଣ ତଥା ଜିଲ୍ଲା ଅଦାଲତ ର କର୍ମଚାରୀ ମାନେ ଏଥିରେ ସହଯୋଗ କରିଥିଲେ ।