Thursday, March 28, 2024

Top 5 This Week

Related Posts

ବିଷମକଟକ ବ୍ଲକ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡ଼ା/ବିଷମ କଟକ, (୧୪/୧୧) : ଆଜି ରାୟଗଡ଼ା ଜିଲ୍ଲା ପ୍ରଶାସନ ତରଫରୁ ବିଷମକଟକ ବ୍ଲକ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି ।

ବିଷମକଟକ ବ୍ଲକ ଠାରେ ଜିଲ୍ଲାପାଳ ଶ୍ରୀମତି ସ୍ୱଧା ଦେବ ସିଂ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା, ପିଡି, ଡିଆର୍ଡିଏ ରବିନାରାୟଣ ତ୍ରିପାଠୀ, ଜିଲ୍ଲାମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ାକ୍ତର ଲାଲମୋହନ ରାଉତରାୟ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ, ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ ଦୟାନିଧି ବାଗ, ଉଦ୍ୟାନ କୃଷି ଉପନିର୍ଦ୍ଦେଶକ ପତିତପାବନ ସାମନ୍ତରାୟ, ଜିଲ୍ଲା ଯୋଗାଣ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ତହସିଲଦାର, ବିଡ଼ିଓ ସଦାଶିବ ନାୟକ, ଜିଲ୍ଲା କ୍ରୀଡ଼ା ଅଧିକାରୀ, ଶେଖ ଆଲେନୁର, ବ୍ଲକର ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।

ଆଜି ମୋଟ ୧୧୩ ଟି ଅଭିଯୋଗ ଜିଲ୍ଲାପାଳଙ୍କ ନଜରକୁ ଆସିଥିଲା ସେଥି ମଧ୍ୟରୁ୧୦୨ ଟି ବ୍ୟକ୍ତିଗତ ଅଭିଯୋଗ ଥିଲାବେଳେ ୧୧ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ପାଇଁ ଥିଲା । ଆଜିର ଅଭିଯୋଗ ଶୁଣାଣି ଶିବିରରେ ୮ ଜଣକୁ ମୁଖ୍ୟମନ୍ତ୍ରୀ ରାହତ କୋଷରୁ ୧୮୫୦୦ ହଜାର ଟଙ୍କା ଏବଂ ଅନ୍ୟ ଜଣକୁ ଜିଲ୍ଲା ରେଡ଼କ୍ରସ ସଂସ୍ଥାରୁ ୬ ହଜାର ଟଙ୍କା ଜିଲ୍ଲାପାଳ ଶ୍ରୀମତୀ ସ୍ଵଧା ଦେବ ସିଂ ପ୍ରଦାନ କରିଥିଲେ । ଜିଲ୍ଲାପାଳ ଶ୍ରୀମତୀ ଦେଵସିଂ ଉକ୍ତ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

Popular Articles