Friday, March 29, 2024

Top 5 This Week

Related Posts

ବିରାମହାରାଜପୁର ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର , (୧୪/୧୧) : ସୁବର୍ଣ୍ଣପୁର ବିରାମହାରାଜପୁର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l

ବିରାମହାରାଜପୁର ଠାରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ସୁବର୍ଣ୍ଣପୁର ଜିଲ୍ଲପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୬ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୨ ଟି, ସାମୁହିକ ଦରଖାସ୍ତ ୧୪ ଟି ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ ମାମଲାର ୩୯ ଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୧୭ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l

ଏହି ଅଭିଯୋଗ ଶୁଣାଣି ଶିବିରରେ ପିତାମହୁଲ ଗ୍ରାମର ଭିନ୍ନକ୍ଷମ ଦଶରଥ ମହାକୁଡ଼ ଙ୍କୁ ଜିଲ୍ଲାପାଳ ଶ୍ରୀମତୀ ନରୱଣେ ଭିନ୍ନକ୍ଷମ ସହାୟତା ଉପକରଣ ତିନି ଚକିଆ ସାଇକେଲ ପ୍ରଦାନ କରିଛନ୍ତି, ସେହିପରି ରଥପୁର ନିବାସୀ ସ୍ୱର୍ଗତ ଜଗଦୀଶ ଗାଏଗରିଆ ଙ୍କ ପତ୍ନୀ ଗୀତାଞ୍ଜଳି ଗାଏଗରିଆ ଙ୍କୁ ବିଧବା ଭତ୍ତା ସହାୟତା ରେ ସାମିଲ କରାଯାଇ ମାସିକ ୫୦୦/- (ପାଞ୍ଚ ଶହ ଟଙ୍କା ) ଲେଖାଏଁ ପ୍ରଦାନ କରିଛନ୍ତି ଜିଲ୍ଲାପାଳ ତଥା ଉପସ୍ଥିତ ଆରକ୍ଷୀ ଅଧିକ୍ଷକ ସୁବର୍ଣ୍ଣପୁର l ପୁନଶ୍ଚ ବିଧବା ଗାଏଗରିଆ ଙ୍କୁ ତୁରନ୍ତ ଜାତୀୟ ପରିବାର କଲ୍ୟାଣ ଯୋଜନା ରେ ଆର୍ଥିକ ସହାୟତା ପ୍ରଦାନ ନିମନ୍ତେ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସୁବର୍ଣ୍ଣପୁର ଜିଲ୍ଲାପାଳ l

ଗୋଷ୍ଠୀ ଉନ୍ନୟନ ଅଧିକାରୀ ବୀରମହାରାଜପୁର ମୋତିଲାଲ ସୁଲିଆ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ ବୀରମହାରାଜପୁର ଅଶୋକ ଭୋଇ, ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l

Popular Articles