Friday, March 29, 2024

Top 5 This Week

Related Posts

ଦ୍ୱିତୀୟ ରାଜ୍ୟ ସ୍ତରୀୟ ମାଁ ଭୈରବୀ ମହୋତ୍ସବ ର ଦ୍ୱିତୀୟ ସନ୍ଧ୍ୟା

ରିପୋର୍ଟ : ସୁଶାନ୍ତ ବେହେରା
ହରଭଙ୍ଗା, (୨୩/୧୧) : ବୌଦ୍ଧ ଜିଲ୍ଲା ପୁରୁଣାକଟକ ମିନି ଷ୍ଟାଡିୟମ ଠାରେ ଚାଲିଥିବା ଦ୍ୱିତୀୟ ରାଜ୍ୟ ସ୍ତରୀୟ ମାଁ ଭୈରବୀ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା ର ଦ୍ୱିତୀୟ ସନ୍ଧ୍ୟା ଅନୁଷ୍ଠିତ ହୋଇଯାଇଛି ।

ଦ୍ୱିତୀୟ ରାଜ୍ୟ ସ୍ତରୀୟ ମାଁ ଭୈରବୀ ମହୋତ୍ସବ ର ଦ୍ୱିତୀୟ ସନ୍ଧ୍ୟା ରେ ମୁଖ୍ୟ ଅତିଥିଭାବେ ବୌଦ୍ଧ ଜିଲ୍ଲା ପରିଷଦ ଅଧକ୍ଷା ପ୍ରଭାସିନୀ ଦାସ, ସଂମ୍ମାନିତ ଅତିଥି   ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ ବବିତା ରାଣୀ ଦଳବେହେରା, ବୌଦ୍ଧ ପଞ୍ଚାୟତ ସମିତି ଅଧକ୍ଷ ପ୍ରତ୍ୟୁଷ ପ୍ରିୟ ଦର୍ଶୀ ରଥ, ହରଭଙ୍ଗା ପଞ୍ଚାୟତ ସମିତି ଅଧକ୍ଷା ସ୍ନେହଲତା ପ୍ରଧାନ ଏବଂ ଭୈରବୀ ମହୋତ୍ସବ କମିଟି ସଭାପତି ଅଶୋକ କୁମାର ଅଗ୍ରୱାଲ ମଞ୍ଚସିନ ଥିବାବେଳେ ସମସ୍ତ ଅତିଥି ବୃନ୍ଦ ମାଁ ଭୈରବୀ ଙ୍କ ଗାଥା କୁ ବର୍ଣ୍ଣନା କରିଥିଲେ ।

ଉକ୍ତ ଦ୍ୱିତୀୟ ସନ୍ଧ୍ୟା ର ସଭା କାର୍ଯ୍ୟ ପରିଚାଳନା ରେ ଭୈରବୀ କନିଷ୍ଠ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ମନୋଜ କୁମାର ପାଠୀ ଓ ରମେଶ ଚନ୍ଦ୍ର ତାରିଣୀଆ ପରିଚାଳନା କରିଥିବେଳେ ଇଂରାଜୀ ଅଧ୍ୟାପକ ଡ. ପ୍ରମୋଦ କୁମାର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ମହୋତ୍ସବ ର ଦ୍ୱିତୀୟ ସନ୍ଧ୍ୟା ରେ ପ୍ରଥମେ ଆଞ୍ଚଳିକ କଳାକାର ଙ୍କ ଦ୍ୱାରା କୃଷ୍ଣଗୁରୁ, ଦଣ୍ଡ ନୃତ୍ୟ ସହ କୁନି କୁନି ଛାତ୍ରଛାତ୍ରୀ ଙ୍କ ଦ୍ୱାରା ନୃତ୍ୟଗୀତ ପରିବେଶଣ ହୋଇଥିଲା ।

ପରେ ମଞ୍ଚରେ ସମ୍ବଲପୁର ରୁ ଆସିଥିବା ନୃତ୍ୟ କଳାକାର ଙ୍କ ଦ୍ୱାରା ନୃତ୍ୟଗୀତ, ସିନେ ଟେଲି ତାରକା ଶୋଭା ରାଉତ ସଙ୍ଗୀତ କାର୍ଯ୍ୟକ୍ରମ, ଡ୍ୟାନ୍ସ ଗ୍ରୁପ କଟକ ଙ୍କ ଦ୍ୱରା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହୋଇଥିବା ବେଳେ ଦର୍ଶକ ଙ୍କ ମିନାବଜାର, ପଲ୍ଲୀଶ୍ରୀ ମେଳେ, ଯାତ୍ରା ଅପେରା, ଏବଂ ବିଭିନ୍ନ ସୁସ୍ୱାଦ୍ୟ ଖାଦ୍ୟ ଷ୍ଟଲ ଗୁଡିକ ରେ ବେଶ ଭିଡ଼ ପରିଲକ୍ଷିତ ଦେଖିବାକୁ ମିଳିଥିଲା ।

ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥା କରାଯିବା ବେଳେ କାର୍ଯ୍ୟକ୍ରମ ମହୋତ୍ସବ କମିଟିର ଆବାହକ ଶ୍ରୀ ସୁକାନ୍ତ ପଟ୍ଟନାୟକ ଙ୍କ ସମେତ, ବିଭୁଦତ୍ତ ବୋଷ, ସତୀଶ ବେହେରା, ସଜନ ଅଗ୍ରୱାଲା, ପ୍ରଶାନ୍ତ ସେଠି, କୈଳାସ ଅଗ୍ରୱାଲା, ସୁକାନ୍ତ ଦାସ, ମନୋଜ କୁମାର ସାହୁ, ମନୋଜ ପାଢି,ଶୁଭଜିତ୍ ପ୍ରଧାନ, ସୁବାସ କୁମାର ପ୍ରଧାନ, ପୁରନ୍ଦର ଠେଲା, ଅମୂଲ୍ୟ ମିଶ୍ର, ବିଜୟ କହ୍ନର, ସତ୍ୟ ନାୟକ, ଭାଗବତ ମେହେର, ପ୍ରମୁଖ କମିଟି ଅନନ୍ୟ ସଦସ୍ୟ ମାନେ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ ।

Popular Articles