Advertisements
Monday, July 6, 2020
Home 5 T programme ମର୍ଦ୍ଦମେଖ ପଞ୍ଚାୟତରେ ମୋ ଗାଁ ରେ ତହସିଲ ଶିବିର କାର୍ଯ୍ୟକ୍ରମ

ମର୍ଦ୍ଦମେଖ ପଞ୍ଚାୟତରେ ମୋ ଗାଁ ରେ ତହସିଲ ଶିବିର କାର୍ଯ୍ୟକ୍ରମ

ରିପୋର୍ଟ: ଜଗନ କୁମାର ସେଠି
ଗଞ୍ଜାମ(୨୪/୧୦): ରାଜ୍ୟ ସରକାର ମୋ ସରକାର ଓ ୫ଟି କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି | ଏହି ପରିପ୍ରେକ୍ଷୀରେ ଆରମ୍ଭ ହୋଇଛି ମୋ ଗାଁ ରେ ତହସିଲ ଶିବିର | ଲୋକେ ରାଜସ୍ବ ବିଭାଗର ସମସ୍ତ ସେବା ପାଇବେ ନିଜ ଗାଁ ତଥା ନିଜ ପଞ୍ଚାୟତରେ | ରାଜସ୍ବ ବିଭାଗରେ ଥିବା ମାମଲା ଗୁଡିକର ମଧ୍ୟ ତ୍ବରିତ ଫଇସଲା କରାଯିବ।ଗଂଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ସାରା ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଚାଲୁଥିବା ବେଳେ ଗୁରୁବାର ବେଗୁନିଆପଡ଼ା ବ୍ଳକ ମର୍ଦ୍ଦମେଖ ପଞ୍ଚାୟତ ଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା |

ଏଥିରେ ବେଗୁନିଆପଡା ବ୍ଲକ ଅଧ୍ୟକ୍ଷ ବିଜୟ ଦୋରା,କୋଦଳା ତହସିଲଦାର ପ୍ରଭାତ କୁମାର ପରିଡା,ମର୍ଦ୍ଦମେଖ ସରପଂଚ ହୃଷୀକେଶ ମେହେଣା ଓ ଦିଗାପଡା ପଞ୍ଚାୟତର ସରପଂଚ ପ୍ରତିନିଧି ଉପେନ୍ଦ୍ର ପରିଡା ଯୋଗ ଦେଇଥିଲେ | ଜନସାଧାରଣ ବିଭିନ୍ନ ସେବା ପାଇବା ପାଇଁ ତହସିଲ କାର୍ଯ୍ଯାଳୟକୁ ବାରମ୍ବାର ଦୌଡୁଥିବା ବେଳେ ସଠିକ୍ ସମୟରେ ସେବା ନ ପାଇ ହନ୍ତସନ୍ତ ହେଉଛନ୍ତି। ଏଥିପାଇଁ ଏବେ ଆଉ ତହସିଲକୁ ଦୌଡ଼ିବାକୁ ପଡିବ ନାହିଁ | ଗରିବ ତଥା ଭୂମିହୀନ ଲୋକମାନଙ୍କ ପାଇଁ ବସୁନ୍ଧରା ଯୋଜନାରେ ଘରଡିହ ପ୍ରଦାନ, ବିଭିନ୍ନ ପ୍ରକାରର ମ୍ୟୁଟେସନ, ଇ ପାଉତି, ମିସଲେନିଅସ୍ ସାର୍ଟିଫିକେଟ ପ୍ରଦାନ, ଗ୍ରାମକଣ୍ଠ, ଓ ଏଲ୍ ଆର୍ ୮ ଏ ପ୍ରଭୃତିର ସୁବିଧା ସୁଯୋଗ ସରକାରଙ୍କ ନିୟମ ଅନୁସାରେ ଉଚିତ୍ ସମୟ ମଧ୍ୟରେ ସେବା ଯୋଗାଇଦେବା ପାଇଁ ଏହି କାର୍ଯ୍ୟକ୍ରମ ହାତକୁ ନିଆଯାଉଛି ବୋଲି ତହସିଲଦାର ମତବ୍ୟକ୍ତ କରିଥିଲେ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବରତୁଣ୍ଡା ଠାରେ ତମନ୍ନା ସଙ୍ଗୀତ ଷ୍ଟୁଡିଓ ଉଦଘାଟିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୪/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ବରତୁଣ୍ଡା ଗ୍ରାମଠାରେ ଶ୍ରୀ ସୁନୀଲ ତାଣ୍ଡି ନିଜସ୍ୱ ଉଦ୍ୟମ ବଳରେ...

ଦୁଇ ଦିନିଆ ସଟଡାଉନ ରେ ପୁଲିସର ପେଟ୍ରୋଲିଂ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୪/୭): ରାୟଗଡ଼ା ଜିଲ୍ଲାରେ ଦିନକୁ ଦିନ ମହାମାରୀ କରୋନା ପଜିଟିଭ ବଡି ଚାଲିଛି ଫଳରେ ଦୁଇ ଦିନିଆ ସଟ...

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

Recent Comments

%d bloggers like this: