Advertisements
Thursday, July 9, 2020
Home Children Issue ଜନତା ନୋଡ଼ାଲ ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

ଜନତା ନୋଡ଼ାଲ ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ

ରିପୋର୍ଟ: ଜଗନ କୁମାର ସେଠି
ଗଞ୍ଜାମ(୩୧/୧୦): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ ଜନତା ନୋଡ଼ାଲ ଉଚ୍ଚ ବିଦ୍ୟାଳୟରେ ଗୁରୁବାର ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବେଗୁନିଆପଡ଼ା ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀ କମଳାକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବେଗୁନିଆପଡା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦୀପ କୁମାର ପଣ୍ଡା ଓ ମୁଖ୍ୟବକ୍ତା ଭାବେ କୋଦଳା ତହସିଲଦାର ପ୍ରଭାତ କୁମାର ପରିଡା, ସମ୍ନାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ପ୍ରତିନିଧି ବିଜୟ କୁମାର ଦୋରା, ଜନତା ହାଇସ୍କୁଲ ପ୍ରଧାନ ଶିକ୍ଷକ କେ.ଭିମରାଜୁ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

ବ୍ଲକର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ସୁରଭି କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରୀଛାତ୍ରଙ୍କ ଭିତରେ ଅନ୍ତର୍ନିହିତ ପ୍ରତିଭାକୁ ପରିସ୍ଫୁଟନ କରି ହେବ ବୋଲି ମଞ୍ଚାସୀନ ଅତିଥି ମାନେ ମତ ପ୍ରକାଶ କରିଥିଲେ। ଏହି ଅବସରରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଚିତ୍ରାଙ୍କନ, ନୃତ୍ୟ, ସଙ୍ଗୀତ, ବକ୍ତୃତା, ସାଧାରଣ ଜ୍ଞାନ, ସୃଜନଶୀଳ ଲିଖନ, ପ୍ରବନ୍ଧ, ଓଡିଆ ହସ୍ତାକ୍ଷର ଓ ଶୃତଲିଖନ,ଆଦି ପ୍ରତିଯୋଗିତା ହୋଇଥିଲା। ପରିବେଶ ସୁରକ୍ଷା, ଦଣ୍ଡ ମୁକ୍ତ ବିଦ୍ୟାଳୟ, ପ୍ଲାଷ୍ଟିକ ମୁକ୍ତ ବିଦ୍ୟାଳୟ, ପରିବେଶ ଏବଂ ସାଂପ୍ରତିକ ଘଟଣାବଳୀ, ମୋ ସ୍କୁଲ୍, ନିରାପଦ ବିଦ୍ୟାଳୟ ଇତ୍ଯାଦି ବିଷୟକୁ ନେଇ ବିତର୍କ କରିଥିଲେ ଛାତ୍ରଛାତ୍ରୀ। ଶେଷରେ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜେନିତ୍ ମହାବିଦ୍ୟାଳୟ ପଦ୍ମପୁରରେ ବନ ମହୋତ୍ସବ ସପ୍ତାହ ପାଳିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର(ତା ୮ ୵ ୭ ୵ ୨୦୨୦): ପଦ୍ମପୁର ଜେନିତ ମହା ବିଦ୍ୟାଳୟ ତରଫରୁ ବନ ବିଦ୍ୟାଳୟର ସପ୍ତାହ ପାଳିତ ହୋଇଯାଇଛି ।...

ସଙ୍ଗୀତ ନିର୍ଦ୍ଦେଶକ ବୃନ୍ଦାବନ ମେହେରଙ୍କ ସଫଳତା

ରିପୋର୍ଟ : ଦ୍ରୌପଦ ନାୟକ //ବଙ୍ଗୋମୁଣ୍ଡା,ବଲାଙ୍ଗୀର (୦୮/୦୭): ସଙ୍ଗୀତ ଜଗତ ର ସଫଳ ନିର୍ଦେଶକ ବୃନ୍ଦାବନ ମେହେର।ପଶ୍ଚିମ ଓଡ଼ିଶା ର ସଙ୍ଗୀତ କହିଲେ ସାଧାରଣତଃ ସମ୍ବଲପୁରୀ ଗୀତ କୁ...

ବେଗୁନିଆପଡା ବ୍ଲକର ବିଭିନ୍ନ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଓ ବଫର ଜୋନ ଘୋଷଣା

ରିପୋର୍ଟ: ରାକେଶ ମହାରଣା //କୋଦଳା(୦୮/୦୭): ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ମହାମାରୀ ବୃଦ୍ଧି ପାଉଥିବା ବେଳେ ଏହି କ୍ରମରେ ବେଗୁନିଆପଡା ବ୍ଲକରେ ମଧ୍ୟ ଦିନକୁ ଦିନ କରୋନା...

ଅବକାରୀ ବିଭାଗ ର ଚଢ଼ାଉ, ବିପୁଳ ପରିମାଣ ପୋଚ୍ଚ ଓ ଦେଶୀ ମଦ ଜବତ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୮/୦୭): ରାୟଗଡା ଜିଲ୍ଲାରେ ଚରାମଦ କାରବାର ବୃଦ୍ଧି ପାଉଥିବା ଦୃଷ୍ଟିରେ ରଖି ରାୟଗଡା ଜିଲ୍ଲାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଏବଂ...

Recent Comments

%d bloggers like this: