Friday, August 14, 2020
Home Accidental Death ଯୁବକଙ୍କୁ ଚାପି ଦେଇଗଲା ଟ୍ରକ

ଯୁବକଙ୍କୁ ଚାପି ଦେଇଗଲା ଟ୍ରକ

ରିପୋର୍ଟ: ବୁଦ୍ଧଦେବ ମଣ୍ଡଳ
ପଡିଆ(୦୧/୧୧): ମାଲକାନଗିରି ଜିଲ୍ଲା ସୀମାନ୍ତ ପଡିଆ ବ୍ଲକ କୁ ସଂଯୋଗ କରୁଥିବା କାଲିମେଳା – ପଡିଆ ମୁଖ୍ୟ ରାସ୍ତାରେ ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି । ମୋଟର ସାଇକେଲ ରେ ଯାଉଥିବା ଜଣେ ଯୁବକଙ୍କୁ ପଛ ପଟୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ଧକ୍କା ଦେବାରୁ ଯୁବକଙ୍କ ମସ୍ତିସ୍କ ଫାଟି ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା ।

ସୂଚନା ଅନୁଯାୟୀ ପଡିଆ ବ୍ଲକ କୁଞ୍ଚନ୍ପଲ୍ଲୀ ଗ୍ରାମର ଦାମା କାରାମ ନିଜର ଟିଭିଏସ୍ ମୋଟର ସାଇକଲ୍ ଯୋଗେ କୌଣସି କାମରେ କାଲିମେଳା ଯାଇ ଘରକୁ ଫେରୁଥିବା ବେଳେ କାଲିମେଳା – ପଡିଆ ମୁଖ୍ୟ ରାସ୍ତା ସ୍ଥିତ ଏମ୍ ଭି ୫୮ ଗ୍ରାମ ଠାରେ ପଛ ପଟୁ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ ଧକ୍କା ଦେବାରୁ ଘଟଣା ସ୍ଥଳରେ ଦାମା ଙ୍କ ମୃତ୍ୟୁ ହୋଇଥିଲା। ଦାମା ର ପରିବାର ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବା ବେଳେ ବାପା ମା, ଦୁଇ ଭାଇ ଭଉଣୀ, ସ୍ତ୍ରୀ ଓ ଛ ମାସ ର ଏକ ଶିଶୁ ମଧ୍ୟ ରହିଛି, ଦାମାର ମୃତ୍ୟୁ ପରେ ସାରା ପରିବାର ଭାଙ୍ଗି ପଡ଼ିଥିବା ଦେଖିବାକୁ ମିଳିଛି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ମୃତ ହିତାଧିକାରୀଙ୍କ ନାମରେ ରାସନ ସାମଗ୍ରୀ ହଡପ,ବିଜେପୁର

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା୧୩ ୵୮): ବିଜେପୁର ବ୍ଲକରେ ମୃତ ହିତାଧିକାରୀ ନାମରେ ରାସନ ସାମଗ୍ରୀ ହଡ଼ପ ପରି ଗୁରୁତର ଅଭିଯୋଗ ସାମ୍ନାକୁ ଆସିଛି। ସୂଚନା ଅଧିକାର ଆଇନ ଦ୍ୱାରା...

ବହୁମୂଖୀ ପ୍ରତିଭା, ନିଷ୍ଠାପର ଆଇନଜୀବୀଙ୍କ ବିୟୋଗରେ ଶୋକ

ରିପୋର୍ଟ: ଜିଲ୍ଲାପ୍ରତିନିଧି ରବିଶଙ୍କର ମହାପାତ୍ର // କୋରାପୁଟ (୧୩/୦୮): କୋରାପୁଟ ଜିଲ୍ଲା କୋଟପାଡ଼ ନ୍ୟାୟାଳୟ ପରିସରରେ ଜୟପୁରର ବରିଷ୍ଠ ଆଇନଜୀବୀ,ନିଷ୍ଠାପର ସରକାରୀ ଓକିଲ (P. P),ରକ୍ତଗୋଲାପ ଚଳଚ୍ଚିତ୍ରର ଅଭିନେତା, ମଞ୍ଚ ଓ ଆକାଶବାଣୀ କଳାକାର,...

୫୧୧ କେଜି ଗଞ୍ଜେଇ ସହ ୨ଜଣ ଗିରଫ

ରିପୋର୍ଟ: ଏନ.ସନ୍ତୋଷ କୁମାର // ବୈପାରୀଗୁଡା (୧୩/୦୮): ବୈପାରୀଗୁଡା ପୋଲିସକୁ ଏକ ସଫଳତା ମିଳିଥିବା ଜଣାପଡିଛି l ବୈପାରୀଗୁଡା ଥାନା ଅଧିକାରୀଙ୍କ ସୂଚନା ଅନୁଯାୟୀ (OD10E 2585 )ନମ୍ବର ଏକ ପିକଅପ ଭେନରେ ମହୁଲିପୁଟ ଠାରୁ...

ରାୟଗଡ ଜିଲ୍ଳାରେ ଆଂଟିଜେନ ଟେଷ୍ଠିଂ ଓ କୋଭିଡ ପରିଚାଳନାକୁ ନେଇ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ରିପୋର୍ଟ:ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡ (୧୨/୮/୨୦): ରାୟଗଡ ଜିଲ୍ଳାରେ ଦିନକୁ ଦିନ ପଜିଟିଭ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । କୋଭିଡ-୧୯ ସରକାରୀ ଗାଇଡଲାଇନ ଅନୁଯାୟୀ ପ୍ରଶାସନ ତରଫର ଆକ୍ରାନ୍ତଙ୍କୁ ଚିହ୍ନଟ ଦିଗରେ...

Recent Comments

%d bloggers like this: