ଜିଲ୍ଲା ସଦରମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

0
202
ଜିଲ୍ଲା ସଦରମହକୁମା

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡ଼ା, (୦୫/୧୨) : ଆଜି ରାୟଗଡ଼ା ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସଦରମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି ।

ଅତିରିକ୍ତ ଜିଲ୍ଲାପାଳ ଧର୍ମାନନ୍ଦ ବେହେରାଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସଦରମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ, ପିଡି, ଡିଆର୍ଡିଏ ରବିନାରାୟଣ ତ୍ରିପାଠୀ, ଉପଜିଲ୍ଲାପାଳ ଭୀମସେନ ଶବର, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରାମ ପ୍ରସାଦ ସାହୁ, ଜିଲ୍ଲାମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ାକ୍ତର ଲାଲମୋହନ ରାଉତରାୟ, ପିଏ ଆଇଟିଡ଼ିଏ ପଦ୍ମ ଚରଣ ନାଏକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଦେବଜ୍ୟୋତି ଦାସ, ଟାଉନ ଥାନା ଅଧିକାରୀ ରଶ୍ମି ରଞ୍ଜନ ପ୍ରଧାନ, ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ପୂର୍ଣ ଚନ୍ଦ୍ର ବରିହା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଶୋକ କୁମାର ଶତପଥୀ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଜଳଛାୟା ମିଶନ ପ୍ରଦୀପ କୁମାର ପଟ୍ଟନାୟକ, ଉଦ୍ୟାନ କୃଷି ଉପନିର୍ଦେଶକ ପତିତପାବନ ସାମନ୍ତରାୟ, ଜିଲ୍ଲା ଯୋଗାଣ ଅଧିକାରୀ, ନିର୍ବାହି ଯନ୍ତ୍ରୀ ଗ୍ରାମୀୟ ଜଳ ଯୋଗାଣ ସଂସ୍ଥା ଚିତ୍ତରଞ୍ଜନ ଜେନା, ଅଭିଯୋଗ ଶୁଣାଣି ଦାୟିତ୍ୱରେ ଥିବା ଡେ଼ପୁଟି କଲେକଟ୍ରର ଅନ୍ଵେଷା ଦାଶ, ଜିଲ୍ଲା ଆପାତ କାଳୀନ ଅଧିକାରୀ ସୁକାନ୍ତ କୁମାର ପ୍ରଧାନ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ତହସିଲଦାର ତାପସ କୁମାର ରାଉତ, ବିଡ଼ିଓ ଲଷ୍ମୀ ନାରାୟଣ ସାବତ, ପୌର ନିର୍ବାହୀ ଅଧିକାରୀ ୟାସିର ବିଲଲ ଅହମଦ, ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଅଧିକାରୀ ଧ୍ରୁବଚରଣ ନାୟକ, ଜିଲ୍ଲା କ୍ରୀଡ଼ା ଅଧିକାରୀ, ଶେଖ ଆଲେନୁର, ଜିଲ୍ଲା, ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।

ଆଜି ମୋଟ ୫୪ ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୪୭ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୭ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ପାଇଁ ଥିଲା । ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବେହେରା ଉକ୍ତ ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।