Tuesday, March 19, 2024

Top 5 This Week

Related Posts

କନ୍ଧମାଳ-ବୌଦ୍ଧ ସୀମାନ୍ତ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର : ୨ ମହିଳା ମାଓବାଦୀ ନିହତ

ରିପୋର୍ଟ : ଉଗ୍ରସେନ କର୍ମୀ
କନ୍ଧମାଳ, (୦୭/୧୨) : କନ୍ଧମାଳ-ବୌଦ୍ଧ ଜିଲ୍ଲା ସୀମାନ୍ତ ଗୋଛାପଡ଼ା ଥାନା ଅଞ୍ଚଳରେ ମଙ୍ଗଳବାର ଏସ୍‌ଓଜି-ଡିଭିଏଫ୍‌ ଯବାନଙ୍କ କମ୍ବିଂ ଅପରେସନ ବେଳେ ଏନ୍‌କାଉଣ୍ଟରରେ ୨ ଜଣ ମହିଳା ମାଓବାଦୀଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।WhatsApp Image 2022 12 06 at 21.59.59 କନ୍ଧମାଳ-ବୌଦ୍ଧ ସୀମାନ୍ତ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର : ୨ ମହିଳା ମାଓବାଦୀ ନିହତ

କନ୍ଧମାଳ-ବୌଦ୍ଧ ସୀମାନ୍ତ ଜଙ୍ଗଲରେ ସୁରକ୍ଷାକର୍ମୀ ମାନେ ଗୋଛାପଡ଼ା-କଣ୍ଟାମାଳ ଥାନା ଅନ୍ତର୍ଗତ ଘଞ୍ଚ ଜଙ୍ଗଲରେ ଥିବା ମାଓ କ୍ୟାମ୍ପକୁ ଧ୍ୱସ୍ତ କରିବା ସହ ଉଭୟ ପକ୍ଷରୁ ଗୁଳି ବିନିମୟ ଜାରି ରହିଛି । ଗୋଛାପଡ଼ା ଥାନା ଅନ୍ତର୍ଗତ ମାଲାକେରି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଉଦ୍ଧାର କରିଛି । ସୂଚନା ଯୋଗ୍ୟ, ମାଓବାଦୀଙ୍କ ପିଏଲ୍‌ଜିଏ ସପ୍ତାହ ଚାଲିଥିବାରୁ ମାଓବାଦୀ ନିଶ୍ଚୟ କିଛି ଅଘଟଣ ଘଟାଇବାର ସମ୍ଭାବନା ରହିଛି ।

ଏହାକୁ ଦୃଷ୍ଟିରେ ରଖି ପୁଲିସ ପକ୍ଷରୁ ‌କନ୍ଧମାଳ-ବୌଦ୍ଧ ଜିଲ୍ଲା ସୀମାନ୍ତ ଜଙ୍ଗଲରେ କମ୍ବିଂ ଅପେରସନ ଜାରି ରହିଥିବାବେଳେ ଉଭୟ ପକ୍ଷ ମୁହାଁମୁହିଁ ହୋଇଥିଲେ । ଉଭୟ ପକ୍ଷରୁ ଗୁଳି ବିନିମୟ ବେଳେ ଭୀଷଣ ଶବ୍ଦ ହେଉଥିବା କଥା ସ୍ଥାନୀୟ ଅଞ୍ଚଳବାସୀଙ୍କଠାରୁ ସୂଚନା ମିଳିଛି । ତେବେ ପୁଲିସ-ମାଓବାଦୀଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟ ହୋଇଛି । ଗୋଛାପଡ଼ା ଥାନା ଅନ୍ତର୍ଗତ ଘଞ୍ଚ ଜଙ୍ଗଲରେ କମ୍ବିଂ ଅପରେସନ ଜାରି ରହିଥିବା ସୂଚନା ମିଳିଛି । ମାତ୍ର, ଏହି ଘଟଣାରେ କେତେଜଣ ମାଓବାଦୀ ନିପାତ ହୋଇଛନ୍ତି କିମ୍ବା କେତେଜଣ ସୁରକ୍ଷା କର୍ମୀ ମୃତାହତ ହୋଇଛନ୍ତି ସେ ସମ୍ପର୍କରେ କିଛି ଜଣାପଡ଼ିନାହିଁ ।

Popular Articles