Friday, March 29, 2024

Top 5 This Week

Related Posts

ତରଭା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୧୨/୧୨) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ତରଭା ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି । WhatsApp Image 2022 12 12 at 20.41.23 ତରଭା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ତରଭା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୫ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୪୯ ଟି ଓ ସାମୁହିକ ଦରଖାସ୍ତ ୬ ଟି ଗ୍ରହଣ କରାଯାଇଛି । ଗ୍ରହଣ କରାଯାଇଥିବା ଦରଖାସ୍ତ ମଧ୍ୟରୁ ଶିବିରରେ ୧୭ ଟି ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୩୮ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । WhatsApp Image 2022 12 12 at 20.41.24 1 ତରଭା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ବିଡିଓ ତରଭା ବିନୟ କୁମାର ପଟେଲ ଙ୍କ ତତ୍ୱାବଧାନ ରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲଦାର ତରଭା ସୂର୍ଯ୍ୟ ମଣି ଭୋଇ, ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

Popular Articles