Thursday, October 1, 2020
Home Education & Literacy ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ଇତିହାସ ବିଭାଗୀୟ ଆଲୋଚନା ଚକ୍ର

ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ଇତିହାସ ବିଭାଗୀୟ ଆଲୋଚନା ଚକ୍ର

ରିପୋର୍ଟ: ଜଗନ କୁମାର ସେଠି
ଗଞ୍ଜାମ(୨୨/୧୧): କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟର ଅନ୍ତର୍ନିହିତ ଗୁଣାବଳୀ ବର୍ଦ୍ଧକ ଆଲୋଚନା ଚକ୍ର ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ ପଦ୍ମଚରଣ ପାଢ଼ୀଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏହି ପାଠ୍ୟଚକ୍ରର ଆଲୋଚ୍ୟ ବିଷୟ ଵସ୍ତୁ ଥିଲା ‘ମାନବୀୟ ଚେତନାରେ ଜଗନ୍ନାଥ’ ।

ଏଥିରେ ସାଧନା କର୍ମୀ ଭାବରେ ପ୍ରାକ୍ତନ ଇତିହାସ ବିଭାଗୀୟ ଅଧ୍ୟାପକ ଡ଼ଃ ଲଳିତମୋହନ ରଥ ଏବଂ ବୁଗୁଡା ପିପୁଲସ କଲେଜର ଅଧ୍ୟାପକ ଡ଼ଃ ପ୍ରଦୀପ କୁମାର ଦାସ ଅଂଶ ଗ୍ରହଣ କରି ଜଗନ୍ନାଥ ସଂସ୍କୃତି ଏବଂ ମାନବୀୟ ଲୀଳା ମଧ୍ୟରେ ଶ୍ରୀ ଜଗନ୍ନାଥଙ୍କ ମାହାତ୍ମ୍ୟ ସଂପର୍କ ବ୍ୟାଖ୍ୟା କରି ବିଭାଗୀୟ ଛାତ୍ରଛାତ୍ରୀ ମାନଙ୍କ ଜ୍ଞାନ ବୃଦ୍ଧିରେ ପଥ ପଦର୍ଶକ ସାଜିଥିଲେ । ଏହି ଆଲୋଚନା ଚକ୍ରରେ ଅନ୍ୟାନ୍ୟ ବିଭାଗର ସମସ୍ତ ଅଧ୍ୟାପକ, ଅଧ୍ୟାପିକା,ବିଭାଗୀୟ ଛାତ୍ର ଅଂଶ ଗ୍ରହଣ କରିବା ସହିତ ବିଭାଗୀୟ ଅଧ୍ୟାପକ ବିନୋଦ କୁମାର ମିଶ୍ର ଓ ଅଧ୍ୟାପିକା ଶ୍ରୀମତି ଗୃହଲକ୍ଷ୍ମୀ ସାହୁଙ୍କ ଅଭିଭାଷଣରେ ତତ୍ୱ ଉପସ୍ଥାପନ କରାଯାଇ ଆଲୋଚନା ଚକ୍ର ପରିସମାପ୍ତି କରାଯାଇଥିଲା |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୬୧୫ ପଜିଟିଭ ଚିହ୍ନଟ, ବଲାଙ୍ଗୀର ରୁ ୮୧, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର (୦୧/୧୦): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୬୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୮...

ନୂତନ ଭାବେ ନିର୍ମାଣ ତହସିଲ ଓ ଉପ ନିବନ୍ଧକ କାର୍ଯ୍ୟାଳୟ କୋଠା ସ୍ଥାନାନ୍ତର ପାଇଁ ସଚେତନ ନାଗରୀକ କମିଟି ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ରିପୋର୍ଟ: ଜଗଦୀଶ ଦାସ // ଜି.ଉଦୟଗିରି (୩୦/୦୯): -ଜି.ଉଦୟଗିରିରେ ଅବସ୍ଥିତ ତହସିଲ କାର୍ଯ୍ୟାଳୟ ଓ ଉପ-ନିବନ୍ଧକ କାର୍ଯ୍ୟାଳୟ ବହୁ ପୁରୁଣା ହୋଇଥିବାବେଳେ ଏବେ ନୂତନ ଭାବେ ନିର୍ମାଣ କରିବା ପାଇଁ ଟେଣ୍ଡର ସରି ଠିକାଦାର...

ଯୁବକ ସଂଘ ପକ୍ଷରୁ ରାସ୍ତା ସଫା କରାଗଲା

ରିପୋର୍ଟ: ଜଗଦୀଶ ଦାସ // ରାଇକିଆ (୩୦/୦୯):କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ବଡବାରବା ପଞ୍ଚାୟତ ର ଯୁବକ ସଙ୍ଘ ତରଫରୁ ରାସ୍ତା ଓ ଡ୍ରେନ ସଫା କରିଥିବା ଦେଖିବାକୁ ମିଳିଛି। ବଡବାରବା ପାଞ୍ଚ ନମ୍ବର...

ଘୁମୁସର ତାଲୁକା ବିଶ୍ୱକର୍ମା ସମାଜର ବଦାନ୍ୟତା, ପକ୍ଷାଘାତ ରୋଗୀଙ୍କୁ ଅର୍ଥରାଶି ପ୍ରଦାନ

ରିପୋର୍ଟ: ରାକେଶ ମହାରଣା // କୋଦଳା ୨୯/୦୯): ଗଣମାଧ୍ୟମରେ ଲୋକନାଥ ମହାରଣା ଅସହାୟତା ନେଇ ଖବର ପ୍ରସାରଣ ହେବା ପରେ ଦକ୍ଷିଣ ଓଡିଶା ବିଶ୍ୱକର୍ମା ସମାଜ, ଘୁମୁସର ତାଲୁକା ର ସଭାପତି ସମେତ କାର୍ଯ୍ୟକର୍ତ୍ତା...

Recent Comments

%d bloggers like this: