ଆଜିଠୁ କାର୍ଯ୍ୟକାରୀ ହେଲା ୫୦ ଶଯ୍ୟା ବିଶିଷ୍ଟ ସ୍ୱତନ୍ତ୍ର ଜିଲ୍ଲା ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର

0
114
ଆଜିଠୁ କାର୍ଯ୍ୟକାରୀ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୧୯/୧୨) : ସୋନପୁର ସହର ସ୍ଥିତ ଜିଲ୍ଲା ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର ରେ ପୂର୍ଣ୍ଣ ମାତ୍ରାରେ ଜନସାଧାରଣ ଙ୍କୁ ସ୍ୱାସ୍ଥ୍ୟ ସେବା ପ୍ରଦାନ ନିମନ୍ତେ ଆଜିଠୁ କାର୍ଯ୍ୟକାରୀ କରାଯାଇଛି ।

ଆଜିଠୁ କାର୍ଯ୍ୟକାରୀ ହେଲା ୫୦ ଶଯ୍ୟା ବିଶିଷ୍ଟ ସ୍ୱତନ୍ତ୍ର ଜିଲ୍ଲା ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ର । ଏଣୁ ଏଣିକି ମାତୃ ଓ ଶିଶୁ ସମ୍ୱନ୍ଧୀୟ ସମସ୍ତ ଚିକିତ୍ସା ସେବା ସୁବିଧା ଏହି କେନ୍ଦ୍ରରେ ଜନସାଧାରଣ ଙ୍କ ନିମନ୍ତେ ଉପଲବ୍ଧ ରହିବ । ସୂଚନା ଯୋଗ୍ୟ ଯେ, ୨୦୨୨ ଜୁନ ୧୫ ତାରିଖ ରେ ଜିଲ୍ଲାର ଏହି ୫୦ ଶଯ୍ୟା ବିଶିଷ୍ଟ ସ୍ୱତନ୍ତ୍ର ମାତୃ ଓ ଶିଶୁ ସ୍ୱାସ୍ଥ୍ୟ କେନ୍ଦ୍ରର ଲୋକାର୍ପଣ ଜିଲ୍ଲାର ବିଭିନ୍ନ ବରିଷ୍ଠ ପଦାଧିକାରୀ ଙ୍କ ଉପସ୍ଥିତିରେ ଅର୍ଥ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ବଲାଙ୍ଗୀର ଲୋକସଭା ସାଂସଦ ସଂଗୀତା କୁମାରୀ ସିଂହଦେଓ ଙ୍କ କରକମଳରେ ଅନୁଷ୍ଠିତ ହୋଇଥିଲା ।

ମାତ୍ର ତତ୍କାଳୀନ କୋଭିଡ ମହାମାରୀ ର ସଂକ୍ରମଣ ଓ ଭୟାବହତା ହେତୁ ଏହି ଚିକିତ୍ସାଳୟ କୋଠା କୁ ସ୍ୱତନ୍ତ୍ର ଭାବେ ଜିଲ୍ଲାର କୋଭିଡ ସଂକ୍ରମିତ ଙ୍କ ଚିକିତ୍ସା ନିମନ୍ତେ ବ୍ୟବହୃତ କରାଯାଉଥିଲା, ମାତ୍ର ବର୍ତ୍ତମାନ କୋଭିଡ ପରିସ୍ଥିତିରେ ବିଶେଷ ସୁଧାର ଆସିଥିବାରୁ ଏହି କେନ୍ଦ୍ରକୁ ପୂର୍ଣ୍ଣ ରୂପରେ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ ସେବା ପାଇଁ ଉପଲବ୍ଧ କରାଯାଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚୀତ କରାଯାଉଛି । ଜିଲ୍ଲାର ଜନସାଧାରଣ ଏହାର ସୁଯୋଗ ନେବାକୁ ଅନୁରୋଧ ।