Thursday, March 28, 2024

Top 5 This Week

Related Posts

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼

ରିପୋର୍ଟ : ସନ୍ତୋଷ କୁମାର ନାୟକ
ଭୁବନେଶ୍ୱର, (୨୯/୦୧) : ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ଉପରକୁ ହୋଇଛି ଗୁଳିମାଡ଼ ।

ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରର ଗାନ୍ଧି ଛକରେ ତାଙ୍କ ଉପରକୁ ଗୁଳି ମାଡ଼ ହୋଇଛି । ତାଙ୍କ ଛାତି ତଳକୁ ଗୁଳି ବାଜିଛି ବୋଲି ଜଣାପଡ଼ିଛି । ତାଙ୍କୁ ଡାକ୍ତରଖାନାକୁ ନିଆଯାଇଛି । ତେବେ କେଉଁ ଡାକ୍ତରଖାନାକୁ ନିଆଯାଇଛି, ତାହା ଜଣାପଡ଼ିନି । ଶ୍ରୀ ଦାସ ଏକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ବ୍ରଜରାଜନଗର ଆସିଥିଲେ । କାର୍ଯ୍ୟକ୍ରମ ସ୍ଥଳରେ ସେ ଗାଡ଼ିରୁ ଓହ୍ଲାଇବା ମାତ୍ରେ ତାଙ୍କ ଉପରକୁ ଗୁଳି ମାଡ଼ ହୋଇଥିଲା । ହଠାତ୍ କେହି କିଛି ଜାଣି ପାରି ନଥିଲେ । କିନ୍ତୁ ଶ୍ରୀ ଦାସ ପଡ଼ିଯିବା ପରେ ସମସ୍ତେ ଜାଣିଲେ ଯେ ଗୁଳି ମାଡ଼ ହୋଇଛି ଓ ଗୁଳି ଶ୍ରୀ ଦାସଙ୍କ ଦେହରେ ବାଜିଛି ।

Popular Articles