ଚାଲିଗଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ: ପୋଲିସ ଏଏସଆଇ ଗୋପାଳ ନବଙ୍କ ଛାତିକୁ କରିଥିଲା ଗୁଳି

0
175

Naba Das 1675002442 ଚାଲିଗଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ: ପୋଲିସ ଏଏସଆଇ ଗୋପାଳ ନବଙ୍କ ଛାତିକୁ କରିଥିଲା ଗୁଳିଭୁବନେଶ୍ୱର (୨*.୦୧): ଦୀର୍ଘ ଘଣ୍ଟାର ସଂଘର୍ଷ ପରେ ଶେଷରେ ହାରିଯାଇଯାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ଆଜି ବ୍ରଜରାଜନଗରରେ ଏକ କାର୍ଯ୍ୟକ୍ରମକୁ ଯୋଗ ଦେବାକୁ ଯାଉଥିବା ବେଳେ ବାଟରେ କର୍ମୀମାନ ତାଙ୍କୁ ସ୍ୱାଗତ କରିଥିଲେ । ଆଉ ଭିଡର ସୁଯୋଗ ନେଇ ପୋଲିସ ଏଏସଆଇ ଗୋପାଳ ମନ୍ତ୍ରୀଙ୍କୁ ଗୁଳିମାଡ କରିଥିଲା । ଗୁଳିମାଡ କରି ଫେରାର ହୋଇଯାଇଥିଲା ବେଳେ ପୋଲିସ ତାକୁ କାବୁ କରିନେଇଥିଲା ।nb ଚାଲିଗଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ: ପୋଲିସ ଏଏସଆଇ ଗୋପାଳ ନବଙ୍କ ଛାତିକୁ କରିଥିଲା ଗୁଳି

ପରେ ଗୁରୁତର ଆହତ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ତୁରନ୍ତ ଆମ୍ବୁଲାନ୍ସ ଯୋଗ ହସପିଟାଲକୁ ନିଆଯାଇଥିଲା । କିନ୍ତୁ ଅବସ୍ଥା ଏତେ ସଂକଟାପନ୍ନ ଥିଲା ଯେ ତାଙ୍କୁ ତୁରନ୍ତ ଏୟାର ଲିପ୍ଟ କରାଯାଇ ଭୁବନେଶ୍ୱର ଆପୋଲୋ ହସପିଟାଲକୁ ଅଣାଯାଇଥିଲା । ଭୁବନେଶ୍ୱର ବିମାନବନ୍ଦରରୁ ଆପୋଲୋ ପର୍ଯ୍ୟନ୍ତ ଗ୍ରୀନ କରିଡର କରାଯାଇଥିଲା । ଖୁବ କମ ସମୟ ଭିତରେ ଅପୋଲୋ ପହଁଚାଯାଇଥିଲା । ଆପୋଲୋର ବିଶେଷଜ୍ଞ ଡାକ୍ତରୀ ଟିମ୍ ତୁରନ୍ତ ଚିକିତ୍ସା ଆରମ୍ଭ କରିଥିଲେ । କଟକ ଏସସିବି ମେଡିକାଲ ଓ କ୍ୟାପିଟାଲ୍ ହସପିଟାଲର ଡାକ୍ତରୀ ଟିମ୍ ଆପୋଲୋରେ ପହଁଚିଥିଲେ । ହେଲେ ଦୀର୍ଘ ଘଣ୍ଟାର ଚିକିତ୍ସା ପରେ ଶେଷରେ ବିଫଳ ହୋଇଥିଲେ ଡାକ୍ତରୀ ଟିମ ଆଉ ଆଖି ବୁଜିଥିଲେ ମନ୍ତ୍ରୀ ନବ ଦାସ ।