Tuesday, March 19, 2024

Top 5 This Week

Related Posts

ମାର୍ଚ୍ଚ ୧୦ ରୁ ମାଟ୍ରିକ୍ ପରୀକ୍ଷା, ସକାଳ ୮ଟାରୁ ଆରମ୍ଭ ହୋଇ ୧୦ଟାରେ ସରିବ

ରିପୋର୍ଟ : ସନ୍ତୋଷ କୁମାର ନାୟକ
ଭୁବନେଶ୍ୱର, (୦୫/୦୨) : ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ମାର୍ଚ୍ଚ ୧୦ ତାରିଖରୁ ମାଟ୍ରିକ୍, ମଧ୍ୟମା ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୦ ତାରିଖରେ ଶେଷ ହେବ ।

ମାର୍ଚ୍ଚ ୧୦ ରୁ ମାଟ୍ରିକ୍ ପରୀକ୍ଷା । ଏଥିପାଇଁ ବୋର୍ଡ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ପରୀକ୍ଷା ସକାଳ ୮ଟାରୁ ଆରମ୍ଭ ହୋଇ ୧୦ଟାରେ ସରିବ । ‌ଭୋକେସନାଲ ଟ୍ରେଡ୍ ବ୍ୟତୀତ ଅନ୍ୟ ସମସ୍ତ ବିଷୟରେ ୮୦ ନମ୍ବର ପରୀକ୍ଷା କରାଯିବ । ଏଥିରେ ୫୦ ନମ୍ବର ସଂକ୍ଷିପ୍ତ ଉତ୍ତରମୂଳକ(ଏମ୍‌ସିକ୍ୟୁ) ପ୍ରଶ୍ନ ରହିବ ଯାହାର ଉତ୍ତରକୁ ଓଏମ୍‌ଆର୍‌ ସିଟ୍‌ରେ ପୂରଣ କରାଯିବ । ଅବଶି‌ଷ୍ଟ ୩୦ନମ୍ବର ସବ୍‌ଜେକ୍ଟିଭ୍‌ ପ୍ରଶ୍ନ ରହିବ ଓ ଏହାର ଉତ୍ତର ପ୍ରଶ୍ନପତ୍ର ବୁକ୍‌ଲେଟ୍‌ରେ ଲେଖିବାକୁ ପଡ଼ିବ । ଗଣିତ ବିଷୟରେ ଛାତ୍ରଛାତ୍ରୀଙ୍କୁ ଅତିରିକ୍ତ ୧୫ ମିନିଟ୍ ସମୟ ମିଳବ ଅର୍ଥାତ ଗଣିତ ପରୀକ୍ଷା ଅବଧି ୨ଘଣ୍ଟା ୧୫ମିନିଟ୍ ରହିବ ।

ବୋର୍ଡ କାର୍ଯ୍ୟସୂଚୀ ଅନୁସାରେ, ମାର୍ଚ୍ଚ ୧୦ ତାରିଖ ଶୁକ୍ରବାର ଦିନ ପ୍ରଥମ ଭାଷା (ଓଡ଼ିଆ, ହିନ୍ଦୀ, ବଙ୍ଗଳା, ଉର୍ଦ୍ଦୁ, ତେଲଗୁ, ଅଲଟରନେଟିଭ ଇଂରାଜୀ), ୧୩ ତାରିଖ ସୋମବାର ଦିନ ଦ୍ବିତୀୟ ଭାଷା (ଇଂରାଜୀ, ହିନ୍ଦୀ, ମୂକ ଓ ବଧିରଙ୍କ ପାଇଁ ପରିବେଶ ଓ ଜନସଂଖ୍ୟା),୧୪ତାରିଖ ମଙ୍ଗଳବାର ତୃତୀୟ ଭାଷା( ହିନ୍ଦୀ, ଓଡ଼ିଆ, ପାର୍ସି, ସଂସ୍କୃତ), ୧୬ତାରିଖ ଗୁରୁବାର ସାଧାରଣ ବିଜ୍ଞାନ, ୧୮ତାରିଖ ଶନିବାର ସାମାଜିକ ବିଜ୍ଞାନ, ୨୦ତାରିଖ ସୋମବାର ଗଣିତ ପରୀକ୍ଷା ଅନୁଷ୍ଠିତ ହେବ । ‌ଭୋକେସନାଲ ଟ୍ରେଡ ପ୍ରାକ୍ଟିକାଲ ପରୀକ୍ଷା ନିଜ ନିଜ ସ୍କୁଲରେ ଫେବ୍ରୁଆରି ୧୫ରୁ ୧୮ତାରିଖ ମଧ୍ୟରେ ଅନୁ‌ଷ୍ଠିତ ହେବ ।

Popular Articles