ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ

0
107
ବ୍ଲକ ସ୍ତରୀୟ ଯୁଗ୍ମ

ରିପୋର୍ଟ : ପ୍ରେମାନନ୍ଦ ନାଏକ/ଧ୍ରୁବରଜ ମିଶ୍ର
ସୁବର୍ଣ୍ଣପୁର, (୦୭/୦୩) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡିଆରଡିଏ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି ।

ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୯ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧୮ ଗୋଟି ଗ୍ରହଣ କରାଯାଇଥିବା ବେଳେ ଗୋଟିଏ ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ୦୭ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବାବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।

ଏବିଡିଓ, ସୋନପୁର-ଶ୍ରୀ ଶଶିଭୂଷଣ ପ୍ରଧାନ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଉପଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, କାର୍ଯ୍ୟନିର୍ବାହୀ ଅଧିକାରୀ ପୌରପରିଷଦ, ସୋନପୁର ସୂର୍ଯ୍ୟଂଶୁ ରୁଟ, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।