Thursday, March 28, 2024

Top 5 This Week

Related Posts

ଉଲୁଣ୍ଡାବ୍ଲକ ରେ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ରିପୋର୍ଟ : ପ୍ରେମାନନ୍ଦ ନାଏକ/ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୧୪/୦୩) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡାବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି ।WhatsApp Image 2023 03 13 at 19.31.08 1 ଉଲୁଣ୍ଡାବ୍ଲକ ରେ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଜିଲ୍ଲାପାଳ ଦାୟିତ୍ଵରେ ଥିବା ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଉଲୁଣ୍ଡାବ୍ଲକ ସ୍ତରୀୟ ମିଳିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୧ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୨ଗୋଟି ଗ୍ରହଣ କରାଯାଇଥିବା ବେଳେ ୯ଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ୧୫ ଗୋଟି ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟ ଦରଖାସ୍ତ ଗୁଡିକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ ର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ସହାୟତା କୋଷ ରୁ ସାହାଯ୍ୟ ପାଇଁ ଗୋଟିଏ ଦରଖାସ୍ତ ଆସିଛି । ଶିବିରରେ ହାତଲିମୁଣ୍ଡା ଗ୍ରାମର୧୧ ଜଣ ଅଧିବାସୀଙ୍କୁ ଜଙ୍ଗଲ ଜମି ଅଧିକାର ଆଇନ ଅନୁସାରେ ବାସଗୃହ ପଟ୍ଟା ଯୋଗାଇ ଦିଆଯାଇଥିଲା । ଏହା ସହିତ ବ୍ଲକ ର ଦୁଇଟି ଭିନ୍ନକ୍ଷମ ଦମ୍ପତ୍ତି ଙ୍କୁ ଅଢ଼େଇ ଲକ୍ଷ ଟଙ୍କାର ଦୁଇଟି ଚେକ୍ ପ୍ରଦାନ କରାଯାଇଥିଲା ।

ଉଲୁଣ୍ଡା ବିଡିଓ କରିସ୍ମା ବେଶ୍ରା ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ଉପଜିଲ୍ଲାପାଳ ବୀରମହାରାଜପୁର ଅଶୋକ କୁମାର ଭୋଇ, ଏସ୍ ଡି ପିଓ ବୀରମହାରାଜପୁର ଡ଼ୋଲାମଣୀ ଭୋଇ,ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ତହସିଲଦାର ଉଲୁଣ୍ଡା ଦିଲ୍ଲିପ ମାଝି, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଉଲୁଣ୍ଡା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶାନ୍ତିଲତା ମିଶ୍ର, ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

Popular Articles