ବିନିକା ବ୍ଲକକାର୍ଯ୍ୟାଳୟ ରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

0
103
ବିନିକା ବ୍ଲକକାର୍ଯ୍ୟାଳୟ

ରିପୋର୍ଟ : ପ୍ରେମାନନ୍ଦ ନାଏକ/ ଧ୍ରୁବରାଜ ମିଶ୍ର 
ସୁବର୍ଣ୍ଣପୁର, (୨୧/୦୩) : ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକକାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି ।WhatsApp Image 2023 03 20 at 17.14.04 ବିନିକା ବ୍ଲକକାର୍ଯ୍ୟାଳୟ ରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ବିନିକା ବ୍ଲକକାର୍ଯ୍ୟାଳୟ ରେ ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୪ ଗୋଟି, ସାମୁହିକ ଦରଖାସ୍ତ ୦୩ ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି । ତନ୍ମଧ୍ୟରୁ ୦୩ ଗୋଟି ଅଭିଯୋଗ ର ତୁରନ୍ତ ସମାଧାନ ହୋଇଥିବା ବେଳେ ଗ୍ରହଣ କରାଯାଇଥିବା ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତ କୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି । ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବିନିକା ବ୍ୟାସଦେବ ବେହେରା ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ଜିଲ୍ଲା ଉନ୍ନୟନ ତଥା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ- ଶ୍ରୀ ନିହାର ରଞ୍ଜନ କଁହର, ଉପ-ଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଦିପ୍ତୀରେଖା ନନ୍ଦ, ତହସିଲଦାର ବିନିକା- ମୁକ୍ତେଶ୍ଵର ପାଣିଗ୍ରାହୀ, ଜିଲ୍ଲା ସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ କର୍ମଚାରୀ, ପ୍ରମୁଖ ଯୋଗଦାନ କରିଥିଲେ ।