ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଗାଡିକୁ ପତାକା ଦେଖାଇ ଶୁଭାରମ୍ଭ କଲେ ମାନ୍ୟବର ମନ୍ତ୍ରୀ

0
124
ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୨୮/୩) : ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଗାଡିକୁ ପତାକା ଦେଖାଇ ଶୁଭାରମ୍ଭ କଲେ ମାନ୍ୟବର ମନ୍ତ୍ରୀ ।WhatsApp Image 2023 03 28 at 19.04.08 ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଗାଡିକୁ ପତାକା ଦେଖାଇ ଶୁଭାରମ୍ଭ କଲେ ମାନ୍ୟବର ମନ୍ତ୍ରୀ

ରାଜ୍ୟ ପର୍ଯ୍ୟଟନ ବିଭାଗ ଓ ରାୟଗଡା ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣ କାର୍ଯ୍ୟକ୍ରମରେ ଦକ୍ଷିଣାପଶ୍ଚିମାଚଂଳର କୋରାପୁଟ, ରାୟଗଡା, ନବରଙ୍ଗପୁର, ମାଲକାନଗିରି, କଳାହାଣ୍ଡି ଓ ନୂଆପଡା ଆଦି ୬ଟି ଜିଲ୍ଲାର ୯୭୦ଜଣ ତୀର୍ଥଯାତ୍ରୀ ଓ ୩୦ଜଣ ଏସକର୍ଟ କର୍ମକର୍ତା ମାନେ ଆଜି ରାୟଗଡା ରେଳ ଷ୍ଟେସନରୁ ସ୍ୱତନ୍ତ୍ର ଟ୍ରେନ ଯୋଗେ ତିରୁପତି-ଭେଲୋର-ଶ୍ରୀକଳାହସ୍ତି ଅଭିମୁଖେ ତୀର୍ଥଯାତ୍ରା ଆରମ୍ଭ କରିଛନ୍ତି । ଆଦିବାସୀ କଲ୍ୟାଣ ତଥା ଆଇନ ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ମାନେ ଯାଉଥିବା ସ୍ୱତନ୍ତ୍ର ଟ୍ରେନରେ ଫିତା କାଟିବା ସହ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଶ୍ରୀମତି ଅନୁସୂୟା ମାଝି, ରାୟଗଡା ବିଧାୟକ ମକରନ୍ଦ ମୁଦୁଲି, ଗୁଣପୁର ବିଧାୟକ ରଘୁନାଥ ଗମାଙ୍ଗ, ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ରାଜ୍ୟ ଉପଦେଷ୍ଠା ଦୁର୍ଗାପ୍ରସାଦ ସାମନ୍ତରାଏ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରାଜ୍ୟ ଉପଦେଷ୍ଠା ସୁଧୀର କୁମାର ଦାସ, ଜିଲ୍ଳା ପରିଷଦ ଅଧ୍ୟକ୍ଷା ସୁଶ୍ରୀ ସରସ୍ୱତୀ ମାଝି, ଜିଲ୍ଲାପାଳ ସ୍ୱଧାଦେବ ସିଂ, ନଗର ଅଧ୍ୟକ୍ଷ ପି.ମହେଶ ପଟ୍ଟନାୟକଙ୍କ ପ୍ରମୁଖ ଯୋଗଦାନ କରି ବରିଷ୍ଠ ନାଗରିକ ମା’ଙ୍କୁ ଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ରାଜ୍ୟ ପର୍ଯ୍ୟଟନ ବିଭାଗ ଅତିରିକ୍ତ ଶାସନ ସଚିବ ବାଳମୁକୁନ୍ଦ ଭୂୟାଁ, ଯୁଗ୍ମ ନିର୍ଦ୍ଦେଶକ ବିଶ୍ୱଜିତ୍ ରାଉତରାଏ, ସହକାରୀ ନିର୍ଦ୍ଦେଶକ ସରୋଜ ଜେନା, ଅତିରିକ୍ତ ଜିଲ୍ଲାପାଳ ଧର୍ମାନନ୍ଦ ବେହେରା, ସମେତ, ରେଳବାଇ ଆଇଆରସିଟିସି କର୍ତୁପକ୍ଷ ଏବଂ ରାୟଗଡା ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ବିଭିନ୍ନ ଅନୁଷ୍ଠାନର କାର୍ଯ୍ୟକର୍ତା ପ୍ରମୁଖ ଉପସ୍ଥିତ ରହିଥିଲେ । ବରିଷ୍ଠ ନାଗରିକମାନଙ୍କ ମଧ୍ୟରେ ଆଧ୍ୟାତ୍ମିକ ଚେତନାର ମନୋଭାବ ଆସୁଥିବା ବେଳେ ତୀର୍ଥଯାତ୍ରା କରିବାକୁ ମଧ୍ୟ ମନ ବଳାଇଥାନ୍ତି ତେବେ ଅର୍ଥାଭାବରୁ ତଥା ପାରିବାରିକ ଆର୍ଥିକସ୍ଥିତି ଉଜ୍ୱଳ ନ ଥିବାରୁ ସେମାନେ ତୀର୍ଥସ୍ଥାନ ଭ୍ରମଣ କରିପାରନ୍ତି ନାହିଁ । ମାନ୍ୟବର ମୁଖ୍ୟମନ୍ତ୍ରୀ ବରିଷ୍ଠ ନାଗରିକମାନଙ୍କ ଏହି ଆଶାକୁ ପୂରଣ କରିବା ଦିଗରେ ତୀର୍ଥଯାତ୍ରା ଯୋଜନା ଆରମ୍ଭ କରି ବରିଷ୍ଠ ନାଗରିକଙ୍କ ପାଇଁ ଏହି ଯୋଜନାର ଶୁଭାରମ୍ଭ କରିଥିବାରୁ ତାଙ୍କୁ ଧନ୍ୟବାଦ ଜଣାଉଛି ବୋଲି ମନ୍ତ୍ରୀ ଶ୍ରୀ ସାରକା ପ୍ରକାଶ କରିଥିଲେ ।WhatsApp Image 2023 03 28 at 19.04.09 ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଗାଡିକୁ ପତାକା ଦେଖାଇ ଶୁଭାରମ୍ଭ କଲେ ମାନ୍ୟବର ମନ୍ତ୍ରୀ

ସେହିପରି ଆର୍ଥିକ ଅନଗ୍ରସର ଓ ଦାରିଦ୍ର ସୀମାରେଖା ତଳେ ରହୁଥିବା ବରିଷ୍ଠ ନାଗରିକମାନଙ୍କୁ ସେମାନଙ୍କର ଆଧ୍ୟାତ୍ମିକ ଆକାଂକ୍ଷା ପୂରଣ ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୬ ମସିହାରୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରଣୟନ କରି ସେମାନଙ୍କୁ ଦେଶର ବିଭିନ୍ନ ତୀର୍ଥସ୍ଥାନ ଭ୍ରମଣର ସୁଯୋଗ ପ୍ରଦାନ କରିଆସୁଛନ୍ତି । ବର୍ତମାନ ସୁଦ୍ଧା ଏହି ଯୋଜନା ମାଧ୍ୟମରେ ବିଭିନ୍ନ ଜିଲ୍ଲାରୁ ୧୮୫୦୦ ଜଣ ବରିଷ୍ଠ ନାଗରିଖ ଦେଶର ଭିଭିନ୍ନ ତୀର୍ଥସ୍ଥାନ ଭ୍ରମଣର ସୁଯୋଗ ପାଇଛନ୍ତି । ପ୍ରତିଥର ୧୦୦୦ ଜଣ ତୀର୍ଥଯାତ୍ରୀ ତୀର୍ଥଯାତ୍ରାର ସୁଯୋଗ ପାଉଛନ୍ତି । ଏହି ଯାତ୍ରା ବେଳେ ତୀର୍ଥ ଯାତ୍ରୀମାନଙ୍କ ସମସ୍ତ ସୁବିଧା ସୁଯୋଗ ରାଜ୍ୟ ସରକାର ବହନ କରିଥାନ୍ତି । ତୀର୍ଥଯାତ୍ରୀ ମାନଙ୍କ ରହିବା, ଯିବା ଆସିବା ଏବଂ ଖାଦ୍ୟ ପାନୀୟର ବ୍ୟବସ୍ଥା ସହ ଗସ୍ତ ଜଗୁଆଳୀ, ପଥ ପ୍ରଦର୍ଶକ, ଯାତ୍ରୀ ବୀମା ଏବଂ ଚିକିତ୍ସା ସୁବିଧା ଯୋଗାଇ ଦେଇଆସୁଛନ୍ତି । ଚଳିତ ୨୦୨୨-୨୩ଆର୍ଥିକ ବର୍ଷରେ ୭ ଟି ପର୍ଯ୍ୟାୟରେ ଏହି ତୀର୍ଥଯାତ୍ରା ଆରମ୍ଭ ହୋଇଥିବା ବେଳେ ଏଥି ମଧ୍ୟରେ ରାୟଗଡା ଠାରୁ ତିରୁପତି-ଭେଲୋର-ଶ୍ରୀକଳାହସ୍ତି ତୀର୍ଥସ୍ଥାନ ଭ୍ରମଣର ସ୍ଥିର କରାଯାଇଥିଲା ବୋଲି ଉପଦେଷ୍ଠା ଶ୍ରୀ ସାମନ୍ତରାଏ ପ୍ରକାଶ କରିଛନ୍ତି ।

ଏଥିରେ ରାୟଗଡା ଜିଲ୍ଲାର ୧୮୨ ଜଣ ତୀର୍ଥଯାତ୍ରୀଙ୍କ ସମେତ କୋରାପୁଟର ୨୦୨ଜଣୟ, ନବରଙ୍ଗପୁରର ୧୭୦ ଜଣ, ମାଲକାନଗିରି ଓ ନୂଆପଡା ଜିଲ୍ଲାର ଲେଖାଏଁ ୧୮୦ ଜଣ ଏବଂ କଳାହାଣ୍ଡିର ୨୩୬ ଜଣ ତୀର୍ଥଯାତ୍ରୀ ତୀର୍ଥଯାତ୍ରା ଭ୍ରମଣରେ ଗସ୍ତ କରିଛନ୍ତି । ଆସନ୍ତା ଏପ୍ରିଲ ୨ ତାରିଖରେ ଏମାନେ ପୁଣି ରାୟଗଡା ଫେରିବେ ବୋଲି ଜଣାପଡିଛି । ଗତକାଲି ଉକ୍ତ ଛଅଟି ଜିଲ୍ଲାର ତୀର୍ଥଯାତ୍ରୀଙ୍କୁ ରାୟଗଡାରେ ରହଣୀ ବ୍ୟବସ୍ଥା କରାଯାଇଥିବା ବେଳେ ସଂଧ୍ୟାରେ ଭଜନ ସଂଧ୍ୟା ଭଳି ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଆଜି ରାୟଗଡା ରେଳବାଇ ଷ୍ଟେସନ ସମ୍ମୁଖରେ ତୀର୍ଥଯାତ୍ରୀ ମାନଙ୍କୁ ଫୁଲମାଳ ଦେଇ ସ୍ୱାଗତ କରାଯାଇଥିବା ବେଳେ ଷ୍ଟେସନ ପରିସରରେ ଏକ ସଭାର ଆୟୋଜନ କରାଯାଇଥିଲା । ଏହି ସଭାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫ୍ରେସିଙ୍ଗ ମାଧ୍ୟମରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ବିଷୟରେ ବାର୍ତା ଦେଇ ତୀର୍ଥଯାତ୍ରୀଙ୍କ ଯାତ୍ରାର ଶୁଭମନାସି ଥିଲେ । ଏହି ତୀର୍ଥଯାତ୍ରା ଭ୍ରମଣ ନିମନ୍ତେ ରାୟଗଡା ଠାରେ ଆୟୋଜିତ ସମସ୍ତ କାର୍ଯ୍ୟକ୍ରମ ଅତିରିକ୍ତ ଜିଲ୍ଲାପାଳ ଧର୍ମାନନ୍ଦ ବେହେରା, ଜଳବିଭାଜିକା ମିଶାଣର ପ୍ରକଳ୍ପ ନିର୍ଦ୍ଦେଶକ, ଡ଼ଃ. ଦୟାନିଧି ବାଗଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଭାରପ୍ରାପ୍ତ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଭଗବାନ ଖରା ପରିଚାଳନା କରିଥିଲେ ।