Friday, March 29, 2024

Top 5 This Week

Related Posts

ଓଡ଼ିଆରେ ଟ୍ୱିଇଟ୍‌ କରି ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନୂଆଦିଲ୍ଲୀ/ଭୁବନେଶ୍ୱର, (୦୧/୦୪) : ଓଡ଼ିଆରେ ଟ୍ୱିଇଟ୍‌ କରି ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର । ଓଡ଼ିଶାବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି ବୋଲି ଓଡ଼ିଆରେ ଟ୍ୱିଇଟ୍‌ କରି କହିଛନ୍ତି ମୋଦି । ଆଜି ଉତ୍କଳ ଦିବସ । ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର ଦିନ ।୧୯୩୬ ମସିହା, ଏପ୍ରିଲ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା । ଏହାରି ଭିତରେ ୮୭ ବର୍ଷ ପୂର୍ଣ୍ଣ ହୋଇଛି । ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶାକୁ ମିଳିଥିବା ମାନ୍ୟତାକୁ ଅତ୍ୟନ୍ତ ଆନନ୍ଦ ଉଲ୍ଲାସ ସହ ଉତ୍କଳ ଦିବସ ଭାବେ ପାଳନ କରାଯାଇ ଆସୁଛି । ଏହାକୁ ସ୍ମରଣୀୟ କରିବା ପାଇଁ ଆଜି ରାଜ୍ୟବାସୀ ବେଶ୍ ଧୁମଧାମରେ କରୁଛନ୍ତି ଓଡ଼ିଶା ଦିବସ । ବିଭିନ୍ନ ସ୍ଥାନରେ ଓଡ଼ିଶାର ବରପୁତ୍କ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଉଛି ।

Popular Articles