ଜିଲ୍ଲାସଦର ମହକୁମା ରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

0
81
ଜିଲ୍ଲାସଦର ମହକୁମା

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୩/୦୪) : ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି ।

ଜିଲ୍ଲାପାଳ ସ୍ଵଧା ଦେବ ସିଂଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସଦର ମହକୁମା ରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ରବିନାରାୟଣ ତ୍ରିପାଠୀ, ଜିଲ୍ଲାମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ାକ୍ତର ଲାଲମୋହନ ରାଉତରାୟ, ଆଜି ମୋଟ ୪୯ ଟି ଅଭିଯୋଗ ଆସିଥିଲା ସେଥି ମଧ୍ୟରୁ ୪୦ ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୯ ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ପାଇଁ ଥିଲା । ଏହି ଅଭିଯୋଗ ଶିବିରରେ ପ୍ରକଳ୍ପ ପ୍ରଶାସକ ଆଇଟିଡି ଏ ଦିଲ୍ଲୀପ ବେହେରା , ପ୍ରକଳ୍ପ ନିର୍ଦ୍ଦେଶକ ଜଳବିଭାଜିକା ମିଶନ, ଡ଼ଃ. ଦୟାନିଧି ବାଗ, ଜିଲ୍ଲା ଯୋଗାଣ ଅଧିକାରୀ, ନିର୍ବାହି ଯନ୍ତ୍ରୀ ଗ୍ରାମୀୟ ଜଳ ଯୋଗାଣ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ତହସିଲଦାର ତାପସ କୁମାର ରାଉତ, ବିଡ଼ିଓ ଲଷ୍ମୀ ନାରାୟଣ ସାବତ, ଜିଲ୍ଲା କର୍ମ ନିୟୋଜନ ଅଧିକାରୀ, ତତ୍ତ୍ୱମୋସି ମହାପାତ୍ର, ଅନ୍ୟାନ୍ୟ ଜିଲ୍ଲା ସ୍ଥାରୀୟ ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ । ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।