Advertisements
Saturday, May 30, 2020
Home headline ବିଶାଖାପାଟଣା ବିଷାକ୍ତ ଗ୍ୟାସ ନିର୍ଗମ‌ ଘଟଣା: ପ୍ରତ୍ୟେକ ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା, ଅସୁସ୍ଥଙ୍କୁ...

ବିଶାଖାପାଟଣା ବିଷାକ୍ତ ଗ୍ୟାସ ନିର୍ଗମ‌ ଘଟଣା: ପ୍ରତ୍ୟେକ ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା, ଅସୁସ୍ଥଙ୍କୁ ୧୦ ଲକ୍ଷ କ୍ଷତିପୂରଣ- ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ବିଶାଖାପଟନା (୭ା୫) : ବିଶାଖାପାଟଣାରେ ଥିବା ଏଲ୍‌ଜି ପଲିମର୍ସରେ ଗୁରୁବାର ସକାଳୁ ହୋଇଥିବା ଗ୍ୟାସ ଲିକ୍‌ ଘଟଣାରେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି ।

ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍‌ ଜଗନ ମୋହର ରେଡ୍ଡୀ କିଙ୍ଗ ଜର୍ଜ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକଙ୍କୁ ଭେଟିଛନ୍ତି । ଏହି ସମୟରେ ସେ ମୃତକଙ୍କ ପରିବାର ପାଇଁ ୧ କୋଟି ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ଏହାସହ ଭେଣ୍ଟିଲେଟରରେ ଥିବା ଅସୁସ୍ଥଙ୍କ ପାଇଁ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ପ୍ରଦାନ କରାଯିବ ବୋଲି କହିଛନ୍ତି । ସୂଚନାଯୋଗ୍ୟ, ଏବେସୁଦ୍ଧା ଏହି ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ହୋଇସାରିଲାଣି ବୋଲି ଜଣାପଡିଛି ।

ଅସୁସ୍ଥ ଥିବା ପ୍ରାୟ ୩୦୦ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଜଟିଳ ଥିବା ବେଳେ ପାଖାପାଖି ୫ ହଜାର ଲୋକ ଏହି ଗ୍ୟାସ ଲିକ୍‌ ଦ୍ୱାରା ଅସୁସ୍ଥ ହୋଇ ପଡିଥିବା ସୂଚନା ରହିଛି। ଏହା ନିକଟରେ ଥିବା ପ୍ରାୟ ୨୫୦ ପରିବାରଙ୍କୁ ସେଠାରୁ ସ୍ଥାନାନ୍ତର କରାଯାଇଛି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଆଜି ବଲାଙ୍ଗୀରରେ ୭ଜଣ କରୋନା ଆକ୍ରାନ୍ତ, ରାଜ୍ୟରେ ମୋଟ ୧୮୧୯ ଓ ସୁସ୍ଥ ହେଲେ ୯୭୭

ଭୁବନେଶ୍ୱର, ୩୦ା୫(ଓଡ଼ିଶା ନ୍ୟୁଜ୨୪): ରାଜ୍ୟରେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଆଜି ଆଉ ୯୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ...

ଲକ ଡାଉନ ସମୟରେ ରକ୍ତର ଅଭାବକୁ ଦୂର ପାଇଁ ରକ୍ତଦାନ ଶିବିର ଅନୁଷ୍ଠିତ

ରିପୋର୍ଟ: ଆଲୋକ ପଣ୍ଡା //ଭୁବନେଶ୍ୱର (୨୯/୦୫): ଲକ ଡାଉନ ସମୟରେ ଦେଖାଦେଇଥିବା ରକ୍ତର ଘୋର ଅଭାବକୁ ଦୂର କରିବାକୁ ଯାଇ ବିଭିନ୍ନ ସାମାଜିକ ଅନୁଷ୍ଠାନ ଅଣ୍ଟା ଭିଡ଼ିଛନ୍ତି l...

ଅ।ନ୍ତଜାତି ବିବାହ ପ୍ରତ୍ସାହନ ରାଶି ପ୍ରଦାନ କଲେ ମାନ୍ୟବର ମନ୍ତ୍ରୀ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡ଼ା (୩୦/୦୫): ଅନୁସୂଚିତ ଜାତି ଝିଅ/ପୁଅ ସହିତ ଅନ୍ୟ ଜାତିରେ ବିବାହ କରିଥିବା କରିଥିବା ୧୧ଯୋଡ଼ା ବର କନ୍ୟାଙ୍କୁ ସରକାର ଙ୍କ ତରଫରୁ...

Recent Comments

%d bloggers like this: