ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

1
109
ସୋନପୁର ବ୍ଲକସ୍ତରୀୟ ଯୁଗ୍ମ

ରିପୋର୍ଟ : ଧ୍ରୁବରାଜ ମିଶ୍ର
ସୁବର୍ଣ୍ଣପୁର, (୦୫/୦୬) : ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ସୁବର୍ଣ୍ଣପୁର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି lWhatsApp Image 2023 06 05 at 20.01.23 1 ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ସୋନପୁର ବ୍ଲକସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର କୁ ନୂତନ ଜିଲ୍ଲାପାଳ ବିମଳେନ୍ଦୁ ରାୟଙ୍କୁ ଜିଲ୍ଲାସ୍ତରୀୟ ଅଧିକାରୀ ତଥା ସୋନପୁର ବ୍ଲକ ତରଫରୁ ସ୍ୱାଗତ କରାଯାଇଥିଲା l ପରେ ପରେ ରାଜ୍ୟ ର ବାଲେଶ୍ୱର ଜିଲ୍ଲାର ବାହାନଗା ଠାରେ ମର୍ମନ୍ତୁଦ ଟ୍ରେନ ଦୁର୍ଘଟଣାରେ ମୃତ୍ୟୁର ଶିକାର ହୋଇଥିବା ବ୍ୟକ୍ତିବିଶେଷ ଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ନିରବ ପ୍ରାର୍ଥନା କରାଯାଇଥିବା ବେଳେ ଆହତ ମାନଙ୍କ ଆଶୁଆରୋଗ୍ୟ କାମନା କରାଯାଇଥିଲା l ଜିଲ୍ଲାପାଳ ଶ୍ରୀ ରାୟ ଉପସ୍ଥିତ ଜିଲ୍ଲା ଅଧିକାରୀଙ୍କୁ ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଆନ୍ତରିକତାର ସହ ଜନସାଧାରଙ୍କୁ ସରକାରଙ୍କ ବିଭିନ୍ନ ଯୋଜନାର ସୁବିଧା ସୁଯୋଗ କୁ ନିଶ୍ଚିତ ଉପଲବ୍ଧ କରାଇବା ସହିତ ଜିଲ୍ଲାର ସୀମାନ୍ତ ଅଞ୍ଚଳ ର ଶେଷବ୍ୟକ୍ତି ମଧ୍ୟ ଯେପରି ଉପକୃତ ହେବ ସେଥିପାଇଁ କାର୍ଯ୍ୟକ୍ରମ କୁ ଆହ୍ୱାନ ଭାବେ ଗ୍ରହଣ କରି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ l ଜନସାଧାରଣ ଙ୍କ ନିମନ୍ତେ ଉଦ୍ଧିଷ୍ଟ ଯୋଜନାର ସଫଳ ରୂପାୟନ ପାଇଁ କାର୍ଯ୍ୟ କରିବାକୁ ଆହ୍ୱାନ କରି କୌଣସି ସରକାରୀ ଅଧିକାରୀ ଅଥବା କର୍ମଚାରୀଙ୍କ କାର୍ଯ୍ୟଅବହେଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ତାଗିଦ କରିଛନ୍ତି l ଶିବିରରେ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୧ ଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିବା ବେଳେ ଶିବିରରେ ଗୋଟିଏ ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇ, ଅନ୍ୟାନ୍ୟ ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l

ସୋନପୁର ବିଡ଼ିଓ ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଞ୍ଜନ କଁହର, ସୋନପୁର ଉପଜିଲ୍ଲାପାଳ ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଓ ଚିକିତ୍ସାଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି, ନିର୍ବାହୀ ଯନ୍ତ୍ରୀ ଜିଲ୍ଲା ଗ୍ରାମ୍ୟ ପାନୀୟଜଳ ଯୋଗାଣ ଇଂ ବିଭୂପ୍ରସାଦ ପଣ୍ଡା,ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ୱର ଖାକା, ଅବକାରୀ ଅଧିକ୍ଷକ ସୁମତୀ ତ୍ରିପାଠୀ, ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ, ଜିଲ୍ଳା ମତ୍ସ ଅଧିକାରୀ ପ୍ରସନ୍ନ ପଟ୍ଟନାୟକ, ଉପନିର୍ଦେଶକ ଉଦ୍ୟାନ କୃଷି ହୃଷିକେଶ ଦାଶ, ଜିଲ୍ଲା ସଂଯୋଜକ ମିଶନଶକ୍ତି କାର୍ତ୍ତିକ ନାଏକ, ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲ l ତହସିଲ ଓ ବ୍ଲକ ସ୍ତରୀୟ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l ଜିଲ୍ଲାରେ ଶିଶୁ ଶ୍ରମିକ ନିରାକରଣ ନିମନ୍ତେ ଜିଲ୍ଲା ଶ୍ରମ ବିଭାଗ ଦ୍ୱାରା ଜିଲ୍ଲା ପରିକ୍ରମା ପାଇଁ ପ୍ରସ୍ତୁତ ଏକ ସଚେତନତା ରଥ ଓ ସୋନପୁର ବ୍ଲକ ତରଫରୁ ମୋ ଘର ଯୋଜନା ନିମନ୍ତେ ପ୍ରସ୍ତୁତ ବ୍ଲକ ପରିକ୍ରମା ରଥକୁ ଜିଲ୍ଲାପାଳ ଶ୍ରୀ ରାୟ, ଆରକ୍ଷୀ ଅଧିକ୍ଷକ ଶ୍ରୀ ପଣ୍ଡା, ସି ଡି ଓ ଜିଲ୍ଲାପରିଷଦ ଶ୍ରୀ କଁହର ତଥା ବିଭାଗୀୟ ଅଧିକାରୀ କର୍ମଚାରୀ ଙ୍କ ଉପସ୍ଥିତିରେ ଶୁଭାରମ୍ଭ କରିଛନ୍ତି l

1 COMMENT

Comments are closed.