ରାତି ଅଧରେ ଘରେ ପଶି ଆକ୍ରମଣ କଲେ, ପରେ ସୁନା ଗହଣା ଲୁଟିନେଲେ

0
98
ରାତି

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନୂଆପଡା, (୭/୬) : ବନ୍ଧୁକ ଦେଖାଇ ଲୁଟିନେଲେ । ନୂଆପଡା ଜିଲ୍ଲା ଖଡ଼ିଆଳ ଥାନା ଖୁଦପେଜ ଗାଁ’ରେ ସୁନ୍ଦରଶ୍ୟାମ ଶତପଥୀଙ୍କ ଘରେ ରାତି ସାଢେ ନଅରେ ସଶସ୍ତ୍ର ଡକାୟତି ।

ମୁଖା ପିନ୍ଧା ସଶସ୍ତ୍ର ଡ଼କାୟତ ରାତି ଅଧରେ ଘରେ ପଶି ପରିବାର ସଦସ୍ୟଙ୍କ ହାତଗୋଡ଼ ବାନ୍ଧି ଅତର୍କିତ ଆକ୍ରମଣ କରିଥିଲେ । ଘରର ଜଣେ ଶିଶୁ ମୁଣ୍ଡରେ ବନ୍ଧୁକ ରଖି ପରିବାର ଲୋକଙ୍କୁ ଭୟଭୀତ କରି ଘରରୁ ଲକ୍ଷାଧିକ ଟଙ୍କା ଓ ସୁନା ରୁପା ନେଇ ଯାଇଛନ୍ତି । ଡକାୟତ ମାନେ ୩ ଜଣଙ୍କୁ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରି ଲହୁଲୁହାଣ କରି ଆଘାତ କରିଛନ୍ତି । ସୁନ୍ଦର ଶ୍ୟାମଙ୍କୁ ମୁଣ୍ଡ ପଛ ପଟେ ବନ୍ଧୁକରେ ଆଘାତ କରିଥିବା ବେଳେ ତାଙ୍କୁ ପ୍ରଥମେ ଖଡ଼ିଆଳ ହସ୍ପିଟାଲ ଓ ପରେ ନୂଆପଡା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ତାଙ୍କୁ ବୁର୍ଲା ସ୍ଥାନାନ୍ତରିତ କରାଯାଇଥିବା ପରିବାର ଲୋକେ କହିଛନ୍ତି । ସୁନ୍ଦର ଙ୍କ ବାପା ଭରତଙ୍କ ମୁଣ୍ଡରେ ଆଘାତ କରିଛନ୍ତି ଓ ମାଆ ଜମ୍ବୁଙ୍କ ଗୋଡ଼ରେ ବାଡେଇଛନ୍ତି । ସଶସ୍ତ୍ର ଡ଼କାୟତ ମାନଙ୍କ ମଧ୍ୟରୁ କିଛି ଚିହ୍ନା ମୁହଁ ଥିବା ବେଳେ ଅନେକ ମୁଖା ପିନ୍ଧିଥିବା ପରିବାର ଲୋକେ କହିଛନ୍ତି । ଘଟଣା ପରେ ଖଡ଼ିଆଳ ପୋଲିସକୁ ଯୋଗାଯୋଗ କରିବାରୁ ପୋଲିସ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଥିବା ସୂଚନା ମିଳିଛି ।